Posted inଖେଳ

ମହିଳା ଟି୨୦ ବିଶ୍ୱକପ: ଆଜି ଆୟର୍ଲାଣ୍ଡକୁ ଭେଟିବ ଭାରତ

ଜିକ୍ୱେବର୍‌ହା(ଦକ୍ଷିଣ ଆଫ୍ରିକା),୨୦ା୨: ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ସୋମବାର ଆୟର୍ଲାଣ୍ଡକୁ ଭେଟିବ। ପୂର୍ବ ମ୍ୟାଚ୍‌ରେ ଇଂଲଣ୍ଡ ନିକଟରୁ ଭାରତ ପରାଜିତ ହୋଇଥିଲା। ଫଳରେ ଭାରତ ବୃହତ୍‌ ବିଜୟ ସହ ଟୁର୍ନାମେଣ୍ଟକୁ ପ୍ରତ୍ୟାବର୍ତ୍ତନ କରି ସେମିଫାଇନାଲ ଦୌଡ଼ରେ ସାମିଲ ହେବାକୁ ଲକ୍ଷ୍ୟ ରହିବ।

ଇଂଲଣ୍ଡଠାରୁ ୧୧ ରନ୍‌ରେ ପରାଜିତ ହୋଇଥିବା ଭାରତ ଟୁର୍ନାମେଣ୍ଟରେ ପ୍ରଥମ ପରାଜୟ ଥିଲା। ଗ୍ରୁପ୍‌ ‘ବି’ ପଏଣ୍ଟ ଟେବୁଲରେ ଭାରତ ୩ଟି ମ୍ୟାଚ୍‌ରୁ ୪ ପଏଣ୍ଟ ଅର୍ଜନ କରି ଇଂଲଣ୍ଡ (୩ଟି ମ୍ୟାଚ୍‌ରୁ ୬ ପଏଣ୍ଟ) ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି। ହରମନପ୍ରୀତ କୌରଙ୍କ ଦଳ ଆୟର୍ଲାଣ୍ଡ ବିପକ୍ଷ ଏହାର ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ବୃହତ୍‌ ବିଜୟ ହାସଲ କରିପାରିଲେ ସେମିଫାଇନାଲ ପାଇଁ ଦୃଢ଼ ଦାବିଦାର ହୋଇପାରିବ। ଦଳର ନେଟ୍‌ ରନ୍‌ରେଟ୍‌ ବର୍ତ୍ତମାନ +୦.୨୦୫ ରହିଛି। ଦଳକୁ ଏଥିରେ ଉନ୍ନତି ଆଣିବାକୁ ପଡ଼ିବ। ମ୍ୟାଚ୍‌ ସନ୍ଧ୍ୟା ୬ଟା ୩୦ରେ ଆରମ୍ଭ ହେବ। ଏହାର ପ୍ରସାରଣ: ଷ୍ଟାର ସ୍ପୋଟର୍‌ସରେ କରାଯିବ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri