Posted inଖେଳ

ମହିଳା ଟି-୨୦ ବିଶ୍ୱକପ୍‌: ଭାରତର ଦ୍ୱିତୀୟ ବିଜୟ

କେପଟାଉନ୍‌,୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ମଧ୍ୟ ଜିତିଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ୱିଣ୍ଡି ବ୍ୟାଟିଂ ପ୍ରଥମେ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୧୮ ରନ୍‌ କରିଥିଲା। ଏହାର ଜବାବରେ ଟିମ ଇଣ୍ଡିଆ ୧୮.୧ ଓଭରରେ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିଛି। ରିଚା ଘୋଷ ଭାରତ ପାଇଁ ୪୪ ରନର ଅପରାଜିତ ଇନିଂସ ଖେଳିଥିଲେ।
ଶେଫାଲୀ ବର୍ମା ଏବଂ ସ୍ମୃତି ମନ୍ଧନା ଭାରତ ପାଇଁ ଓପନିଂ କରିବାକୁ ଆସିଥିଲେ। ଶେଫାଲୀ ୨୩ ବଲ୍‌ରୁ ୨୮ ରନ ସ୍କୋର କରିଥିଲେ । ଜେମିମା ରୋଡ୍ରିଗେଜ କିଛି ବିଶେଷ କରିପାରି ନ ଥିଲେ। ସେ ୧ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ। ଏହା ପରେ ଅଧିନାୟିକା ହରମାନପ୍ରୀତ କୌର ଏବଂ ରିଚା ଘୋଷ ଏକ ଭଲ ଭାଗିଦାରୀ ଖେଳିଥିଲେ। ହରମାନପ୍ରୀତ ୪୨ ବଲରେ ୩୩ ରନ ସ୍କୋର କରି ଆଉଟ୍‌ ହୋଇଥିଲେ।
ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୧୮ ରନ ସଂଗ୍ରହ କରିଛି। ୱେଷ୍ଟଇଣ୍ଡିଜ ପକ୍ଷରୁ ଟେଲର ୪୦ ବଲରୁ ୪୨ ରନ ସଂଗ୍ରହ କରିଥିଲେ। କ୍ୟାମ୍ପବେଲ ୩୬ ବଲରେ ୩୦ ରନ ସଂଗ୍ରହ କରିଥିଲେ।
ଦୀପ୍ତି ଶର୍ମା ଭାରତ ପାଇଁ ଚମତ୍କାର ବୋଲିଂ କରିଥିଲେ। ସେ ୪ ଓଭରରେ ୧୫ ରନ ଦେଇ ୩ ଉଇକେଟ ନେଇଥିଲେ। ପୂଜା ବସ୍ତ୍ରାକର ୪ ଓଭରରେ ୨୧ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ରେଣୁକା ସିଂ ୪ ଓଭରରେ ୨୨ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri