ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬ ଉଦ୍‌ଘାଟିତ ହୋଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର ପାଇଁ ଜାତୀୟସ୍ତରର କ୍ରୀଡ଼ା ଆୟୋଜିତ ହେଉଛି।

ଉଦ୍‌ଘାଟନୀ ସମାରୋହରେ ଦେଶର ୨୫ରାଜ୍ୟର ୧୭୯ବିଶ୍ୱବିଦ୍ୟାଳୟରୁ ୧ହଜାରରୁ ଊର୍ଦ୍ଧ୍ୱ କ୍ରୀଡ଼ାବିତ ଅଂଶଗ୍ରହଣ କରିଥିଲେ। ମୁଖ୍ୟଅତିଥି ଭାବେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏଆଇୟୁର ଧ୍ୱଜାରୋହଣ ଏବଂ ସମ୍ମାନନୀୟ ଅତିଥି ତଥା ଏଆଇୟୁ ପକ୍ଷରୁ ଯୋଗଦେଇଥିବା ପର୍ଯ୍ୟବେକ୍ଷକ ଡ଼. ଦୀପକ ସିଏସ୍‌ ଫକୀରମୋହନ ବିଶ୍ୱବିଦ୍ୟାଳୟର ଧ୍ୱଜାରୋହଣ କରିଥିଲେ।

ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ଦଳମାନଙ୍କର ମାର୍ଚ୍ଚପାଷ୍ଟ କାର୍ଯ୍ୟକ୍ରମ ଉତ୍ସବ ମୁଖରିତ କରିଥିଲା। କ୍ରୀଡ଼ା ପରିଷଦ ନିର୍ଦ୍ଦେଶକ ପ୍ରଫେସର ପବିତ୍ର ମୋହନ ନାୟକ ସ୍ୱାଗତ ଭାଷଣ ଦେଇଥିଲେ। ମୁଖ୍ୟଅତିଥି ଭାବେ କୁଳପତି ପ୍ରଫେସର ତ୍ରିପାଠୀ ଔପଚାରିକ ଭାବେ ଏହି ଚାମ୍ପିୟନଶିପ୍‌ ଶୁଭାରମ୍ଭ ଘୋଷଣା କରି କ୍ରୀଡ଼ା ଯୁବସମାଜ ମଧ୍ୟରେ ଶୃଙ୍ଖଳା, ନେତୃତ୍ୱ, ଦଳୀୟ ସମନ୍ୱୟ ଏବଂ ଜାତୀୟ ଏକତାର ମୂଲ୍ୟବୋଧକୁ ସୁଦୃଢ଼ କରେ ବୋଲି ବକ୍ତବ୍ୟରେ କହିଥିଲେ।

ଛାତ୍ର କଲ୍ୟାଣ ନିର୍ଦ୍ଦେଶକ ପ୍ରଫେସର ନିହାର ରଞ୍ଜନ ରାଉତ ଏବଂ ବିତ୍ତ ନିୟନ୍ତ୍ରକ କରଣ ସୋରେନ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଶେଷରେ କ୍ରୀଡ଼ା ପରିଷଦର ସହକାରୀ ନିର୍ଦ୍ଦେଶକ ଡ଼. ଅମିତ ଶର୍ମା ଧନ୍ୟବାଦ ଦେଇଥିଲେ। ଏହି ପ୍ରତିଯୋଗିତା ବିଶ୍ୱବିଦ୍ୟାଳୟର ନୂଆପାଢ଼ୀ କ୍ୟାମ୍ପସ୍‌ ଇନଡୋର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଦୁଇଟି ଭିନ୍ନ ଭେନ୍ୟୁରେ ଆୟୋଜିତ ହେଉଛି ଏବଂ ଏହା ପିଇଓ ସଂଗ୍ରାମ ବିଶୋୟୀଙ୍କ ପ୍ରତ୍ୟକ୍ଷ ପର୍ଯ୍ୟବେକ୍ଷଣରେ ପରିଚାଳିତ ହେଉଛି। ଏହି ସର୍ୱଭାରତୀୟ ଚାମ୍ପିୟନଶିପ ଆସନ୍ତା ୨୦ ତାରିଖରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?