Posted inଖେଳ

ମହିଳା ତୃତୀୟ ଦିନିକିଆ: ଲିଜେଲ୍‌ ଲିଙ୍କ ଅପରାଜିତ ଶତକ: ଦକ୍ଷିଣ ଆଫ୍ରିକା ବିଜୟୀ

ଲକ୍ଷ୍ନୌ,୧୩।୩(ପି.ଟି.): ଓପନର ଲିଜେଲ ଲିଙ୍କ ଅପରାଜିତ ୧୩୨ ରନର ଶତକୀୟ ପାଳି ବଳରେ ଦକ୍ଷିଣ ଆଫ୍ରିକା ମହିଳା ଦଳ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ଭାରତକୁ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୬ ଉଇକେଟରେ ପରାସ୍ତ କରିଛି। ୧୩୧ଟି ବଲର ସମ୍ମୁଖୀନ ହୋଇ ଲିଜେଲ ୧୬ ଚୌକା ଓ ୨ ଛକା ସହ ଶତକ ହାସଲ କରି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଦକ୍ଷିଣ ଆଫ୍ରିକା ୨-୧ରେ ଅଗ୍ରଣୀ ହାସଲ କରିଛି।
ସ୍ଥାନୀୟ ଅଟଳ ବିହାରୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ ହରାଇ ୨୪୮ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ଆରମ୍ଭ କରିବା ପରେ ବର୍ଷା ହୋଇଥିଲା ଓ ଖେଳ ବାଧାପ୍ରାପ୍ତ ହୋଇଥିଲା। ଦକ୍ଷିଣ ଆଫ୍ରିକା ୪୬.୩ ଓଭରରେ ୪ ଉଇକେଟ ହରାଇ ୨୨୩ ରନ କରିଥିବା ବେଳେ ବର୍ଷା ହୋଇଥିଲା ଓ ଆଉ ଖେଳ ସମ୍ଭବ ହୋଇପାରି ନ ଥିଲା। ଫଳରେ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ଦକ୍ଷିଣ ଆଫ୍ରିକା ୬ ଉଇକେଟରେ ବିଜୟୀ ହୋଇଥିଲା।
ଲିଜେଲଙ୍କ ଅପରାଜିତ ଶତକ ହାସଲ କ୍ୟାରିୟରର ସର୍ବାଧିକ ବ୍ୟକ୍ତିଗତ ସ୍କୋର ଥିଲା। ଦକ୍ଷିଣ ଆଫ୍ରିକା ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଅଧିନାୟିକା ଲଉରା ଉଲ୍‌ଭାର୍ଡଟ ୧୨, ଲାରା ଗୁଡାଲ ୧୬, ମିଗନନ ଡୁ ପ୍ରିଜ ୩୭ ରନକରି ଆଉଟ ହୋଇଥିବା ବେଳେ ଅନ୍‌ ବୋସ୍କ ୧୬ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଭାରତ ତରଫରୁ ଅଭିଜ୍ଞ ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀ ୨, ରାଜେଶ୍ୱରୀ ଗାଏକ୍ୱାଡ ଓ ଦୀପ୍ତି ଶର୍ମା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ପୁନମ ରାଉତ ସର୍ବାଧିକ ୭୭, ଅଧିନାୟିକା ମିତାଲି ରାଜ ୩୬, ହରମନପ୍ରୀତ କୌର ୩୬, ସ୍ମୃତି ମାନ୍ଧନା ୨୫ ରନକରି ଆଉଟ ହୋଇଥିବା ବେଳେ ଦୀପ୍ତି ଶର୍ମା ୩୬ ଓ ସୁଷମା ବର୍ମା ୧୪ ରନକରି ଅପରାଜିତ ରହିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଶବନିମ ଇସ୍‌ମାଇଲ ୨, ମାରିଜନେ କ୍ୟାପ୍‌, ଟୁମି ସେଖୁଖୁନେ ଓ ଅନ ବୋସ୍କ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୫୦ ଓଭରରେ ୨୪୮/୫
(ପୁନମ- ୭୭, ମିତାଲି- ୩୬, ହରମନପ୍ରୀତ- ୩୬, ଦୀପ୍ତି- ୩୬*, ସ୍ମୃତି- ୨୫, ସୁଷମା- ୧୪*, ଇସ୍‌ମାଇଲ- ୨/୪୬)।
ଦକ୍ଷିଣ ଆଫ୍ରିକା ୪୬.୩ ଓଭରରେ ୨୨୩/୪
(ଲିଜେଲ ଲି – ୧୩୨*, ମିଗନନ- ୩୭, ଝୁଲଣ- ୨/୨୦)।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?