ମେ ୪ରୁ ମହିଳା ବାଣିଜ୍ୟ ମେଳା-୨୦୨୨

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ପ୍ରଥମ ଥର ପାଇଁ ମହିଳା ଶିଳ୍ପୋଦ୍ୟୋଗୀମାନଙ୍କ ଦ୍ୱାରା ଏକ ୫ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର ଆୟୋଜନ କରାଯାଉଛି। ମେ ୪ରୁ ୮ତାରିଖ ପର୍ଯ୍ୟନ୍ତ ଏହି ମେଳା ସ୍ଥାନୀୟ ଜନତା ମଇଦାନରେ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ସମଗ୍ର ଓଡ଼ିଶାରୁ ବିଭିନ୍ନ ବର୍ଗର ଶିଳ୍ପୋଦ୍ୟୋଗୀଙ୍କୁ ନେଇ ଏକ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ବ୍ୟବସାୟିକ ବାତାବରଣ ମଧ୍ୟ ସୃଷ୍ଟି କରିବା ଲକ୍ଷ୍ୟ ରଖାଯାଇଛି।
ପରିପ୍ରେକ୍ଷୀରେ ବୁଧବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲ ପରିସରରେ ଆଇସିସି ୱିମେନ୍‌ ଏଣ୍ଟରପ୍ରିନ୍ୟୁରଶିପ୍‌ କାଉନ୍‌ସିଲ୍‌ (ଆଇଡବ୍ଲ୍ୟୁଇସି) ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀ ମାଧ୍ୟମରେ ମେଳାର ବିସ୍ତୃତ ସୂଚନା ଓ ଆଭିମୁଖ୍ୟ ସମ୍ପର୍କରେ ଆଇଡବ୍ଲ୍ୟୁଇସିର ଉଦ୍ୟୋକ୍ତା ସୁକୀର୍ତ୍ତି ପଟ୍ଟନାୟକ, ଉପ-ଉଦ୍ୟୋକ୍ତା ତନୟା ପଟ୍ଟନାୟକ, ଆଇସିସିର ଅଧ୍ୟକ୍ଷ ଜେ.ବି. ପାଣି ଓ ଉପାଧ୍ୟକ୍ଷ ମହେନ୍ଦ୍ର ଗୁପ୍ତା ଏବଂ ଜେ.ପି. ପଲ୍‌ ପ୍ରମୁଖ ଉପସ୍ଥିତ ରହି ମେଳାର ସମସ୍ତ ସୂଚନା ପ୍ରଦାନ କରିଥିଲେ।
ଉକ୍ତ ମେଳା ଜରିଆରେ ରାଜ୍ୟର ଶତାଧିକ ମହିଳା ବ୍ୟବସାୟୀ ଷ୍ଟଲ୍‌ ମାଧ୍ୟମରେ ନିଜର ବ୍ୟବସାୟକୁ ବୃଦ୍ଧି ତଥା ପ୍ରଚାର ପ୍ରସାର କରାଇବା ନିମନ୍ତେ ବ୍ୟାପକ ସୁଯୋଗ ପାଇବେ। ଏହା ବ୍ୟତୀତ ମେଳାର ସମୟ ଅବଧି ମଧ୍ୟରେ ବିଭିନ୍ନ ପ୍ରକାର କର୍ମଶାଳା, ସେମିନାର ୱାର୍କଶପ୍‌, ଟକ୍‌ ଶୋ, ନିବେଶକ କାର୍ଯ୍ୟକ୍ରମ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗୀୟ ଯୋଜନାଗୁଡିକର ଆର୍ଥିକ ଶିକ୍ଷା ତଥା ନାନା ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପୁରସ୍କାର ବିତରଣ କାର୍ଯ୍ୟକ୍ରମର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri