Posted inଖେଳ

ମହିଳା ଭଲିବଲ ଚ୍ୟାଲେଞ୍ଜ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ରବିବାର ଶେଷ ହୋଇଥିବା ଏନ୍‌ଏସ୍‌ସି କାଭା (ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ) ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୩-୦ (୨୫-୧୫, ୨୫-୨୨, ୨୫-୧୮)ରେ କାଜାଖସ୍ତାନକୁ ହରାଇ ଏହି ଐତିହାସିକ ସଫଳତା ଲାଭ କରିଛି। ଟାଇଟଲ ମୁକାବିଲାରେ ଆଟାକର ଅନୁଶ୍ରୀ, ବ୍ଲକର ଅଶ୍ୱିନ ଓ ସୋର୍ଯ୍ୟା ଏବଂ ଅଲ୍‌ରାଉଣ୍ଡର ଜିନ୍‌ସି ଭାରତକୁ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା। ଭାରତ ସ୍ବର୍ଣ୍ଣ, କାଜାଖସ୍ତାନ ରୌପ୍ୟ ଓ ଆୟୋଜକ ନେପାଳ ବ୍ରୋଞ୍ଜ ପଦକ ହାସଲ କରିଛି। ଏନ୍‌ଏସ୍‌ସି କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ର ଏହାଥିଲା ତୃତୀୟ ସଂସ୍କରଣ। ମାତ୍ର ଭାରତ ପ୍ରଥମଥରପାଇଁ ଏଥିରେ ଭାଗନେଇ ଟାଇଟଲ ହାସଲ କରିଛି। ଭାରତୀୟ ଦଳର ଅଧିନାୟିକା ନିର୍ମାଲ ଟୁର୍ନାମେଣ୍ଟର ସବୁଠାରୁ ମୂଲ୍ୟବାନ ଖେଳାଳି ବିବେଚିତ ହୋଇଛନ୍ତି। ସୋର୍ଯ୍ୟାଙ୍କୁ ଶ୍ରେଷ୍ଠ ମିଡିଲ ବ୍ଲକର, ଜିନି ଶ୍ରେଷ୍ଠ ସେଟର ଓ ଅନୁଶ୍ରୀଙ୍କୁ ଦ୍ୱିତୀୟ ଶ୍ରେଷ୍ଠ ଆଉଟ ସାଇଡ୍‌ ହିଟର ପୁରସ୍କାର ପ୍ରଦାନ କରାଯାଇଛି। ଭଲିବଲ ଫେଡେରେଶନ ଅଫ୍‌ ଇଣ୍ଡିଆ (ଭିଏଫ୍‌ଆଇ) ସଭାପତି ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରକାଶ ଯୋଗ୍ୟ ଯେ, ଅଚ୍ୟୁତ ଭିଏଫ୍‌ଆଇ ସଭାପତି ହେବାପରେ ଏହି କ୍ରୀଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଫଳରେ ସ୍ବରୂପ ଦଳକୁ ସଫଳତା ମିଳିବାରେ ଲାଗିଛି। ଗତବର୍ଷ ଥାଇଲାଣ୍ଡରେ ଅନୁଷ୍ଠିତ ଏସିଆନ ଭଲିବଲ ଚାମ୍ପିୟନଶିପ୍‌ରେ ଭାରତ ରୌପ୍ୟ ପଦକ ପାଇଥିଲା। ତେଣୁ ୨ ବର୍ଷ ମଧ୍ୟରେ ଭାରତୀୟ ମହିଳା ଦଳ ଅନ୍ତର୍ଜାତୀୟ ସ୍ତରରେ ୨ଟି ପଦକ ହାସଲ କରିଛି। ଏହା ବ୍ୟତୀତ ୨୦ ବର୍ଷରୁ କମ୍‌ ଭାରତୀୟ ପୁରୁଷ ଦଳ ଦୀର୍ଘ ୨୦ ବର୍ଷ ବ୍ୟବଧାନରେ ଏସିଆନ ପୁରୁଷ ଭଲିବଲରେ ରୌପ୍ୟ ପଦକ ପାଇବା ସହ ଏଫ୍‌ଆଇଭସିବି ୨୧ ବର୍ଷରୁ କମ୍‌ ପୁରୁଷ ବିଶ୍ୱ ଭଲିବଲ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି। ସେହିପରି ୧୮ ବର୍ଷରୁ କମ୍‌ ଭାରତୀୟ ପୁରୁଷ ଭଲିବଲ ଦଳ ୧୪ ବର୍ଷ ପରେ ଏସିଆନ ପୁରୁଷ ଭଲିବଲ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଛି। ଏଥିସହ ଏହି ଦଳ ୧୯ ବର୍ଷରୁ କମ୍‌ ଏଫ୍‌ଆଇଭିବି ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ପାଇଛି। ଗତ ୨ ବର୍ଷ ମଧ୍ୟରେ ଭାରତୀୟ ଭଲିବଲ ଦଳ ୮ଟି ଭିନ୍ନ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri