Posted inଖେଳ

ବିଜୟ ସେଲିବ୍ରେଶନ ପରେ ଜାଣିଲେ ବାପାଙ୍କ ମୃତ୍ୟୁ ଖବର

ମାଡ୍ରିଡ୍‌,୨୧ା୮: ଫିଫା ମହିଳା ବିଶ୍ୱକପ ଫାଇନାଲରେ ସ୍ପେନ୍‌କୁ ଟାଇଟଲ ବିଜୟୀ କରିବା ପରେ ପିତାଙ୍କ ମୃତ୍ୟୁ ଖବର ପାଇଥିଲେ ଅଧିନାୟିକା ଓଲଗା କାରମୋନା। ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ବେଳେ ସ୍ପେନ୍‌ ଅଧିନାୟିକା ଓଲଗାଙ୍କ ପିତାଙ୍କ ପରଲୋକ ହୋଇଥିଲା। ମ୍ୟାଚ୍‌ ଚାଲିଥିବା ସମୟରେ ପିତାଙ୍କ ନିଧନ ହୋଇଥିଲେ ମଧ୍ୟ ଏହି ଖବର ପରିବାର ଲୋକେ ଓଲଗାଙ୍କୁ ଦେଇ ନ ଥିଲେ। ଟାଇଟଲ ବିଜୟ ସହିତ ସେଲିବ୍ରେଶନ ଶେଷ ହେବା ପରେ ପରିବାର ଲୋକ ତାଙ୍କୁ ଏହି ଦୁଃଖଦ ଖବର ଜଣାଇଥିଲେ।

୨୩ ବର୍ଷୀୟ ଓଲଗା ଉଭୟ ସେମି ଫାଇନାଲ ଓ ଫାଇନାଲରେ ସ୍କୋର କରିବା ସହିତ ସ୍ପେନକୁ ପ୍ରଥମ ଥର ଚାମ୍ପିୟନ କରାଇଛନ୍ତି। ସୋମବାର ସ୍ପାନିଶ୍‌ ଫୁଟବଲ ଫେଡେରେଶନ ପକ୍ଷରୁ ଟୁଇଟ୍‌ କରାଯାଇଥିବା ବେଳେ ଓଲଗା ମଧ୍ୟ ନିଜ ପିତାଙ୍କ ଉଦ୍ଦେଶ୍ୟରେ ଟୁଇଟ୍‌ କରିଥିଲେ। ‘ଜୀବନରେ ସଫଳତା ହାସଲ କରିବା ପାଇଁ ତୁମଠାରୁ ମୋତେ ଶକ୍ତି ମିଳିଥାଏ, ଗତ ରାତିରେ ମୋର ପ୍ରଦର୍ଶନ ତୁମେ ନିଶ୍ଚୟ ଦେଖିଥିବ ଓ ଗର୍ବ ଅନୁଭବ କରିଥିବ’ ରେଷ୍ଟ ଇନ୍‌ ପିସ୍‌ ଡାଡ୍‌ ବୋଲି ଲେଖିଥିଲେ ଓଲଗା। ଏହି ପୋଷ୍ଟ ସହିତ ଓଲଗା ବିଶ୍ୱକପ ମେଡାଲ ଧରିଥିବା ଏକ ଫଟୋ ଶେୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri