ଶେଷ ରାଉଣ୍ଡରେ ୨ ଭୋଟରେ ଜିତିଲେ

ସମ୍ବଲପୁର,୧।୩(ବ୍ୟୁରୋ): ସମ୍ବଲପୁର ଜିଲାରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ମାତ୍ର ୨ଖଣ୍ଡ ଭୋଟରେ ଜଣେ ସରପଞ୍ଚ ପ୍ରାର୍ଥୀ ବିଜୟ ହେବା ଘଟଣା ଆଲୋଚନାର ବିଷୟ ହୋଇଛି। ଚଳିତ ନିର୍ବାଚନରେ ଯୁଯୁମୁରା ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ପଣ୍ଡା ଝାଙ୍କରପାଲି ପଞ୍ଚାୟତ ଓ ଧନକଉଡ଼ା ବ୍ଲକ ଉପାଧ୍ୟକ୍ଷା ସୁଷମା ସାହୁ କଳାମାଟି ପଞ୍ଚାୟତରୁ ସରପଞ୍ଚ ଭାବେ ବିଜୟୀ ହୋଇଛନ୍ତି। ଅନ୍ୟପଟେ ଜିଲା ପରିଷଦ ଅଧ୍ୟକ୍ଷ ଥିବା ରାଧେଶ୍ୟାମ ବାରିକ ଭାଜପା ପ୍ରାର୍ଥୀ ଭାବେ ରେଙ୍ଗାଲି ବ୍ଲକ ଜୋନ୍‌-୨ରେ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ହେଲେ ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦେଓନାରାୟଣ ତିୱାରୀଙ୍କଠାରୁ ଶୋଚନୀୟ ଭାବେ ପରାଜିତ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ତିଓ୍ବାରୀ ୮୭୬୬ ଭୋଟ ଅଧିକ ପାଇ ବିଜୟୀ ହୋଇଛନ୍ତି। ଏହାକୁ ନେଇ ସହରରେ ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଝାଙ୍କରପାଲି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବ୍ଲକ ଉପାଧ୍ୟକ୍ଷ ପଣ୍ଡା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଯତୀନ୍‌ ବାରିକଙ୍କଠାରୁ ମାତ୍ର ୨ ଖଣ୍ଡ ଭୋଟ ଅଧିକ ପାଇ ବିଜୟୀ ହୋଇଛନ୍ତି। ପଣ୍ଡା ଯତୀନଙ୍କଠାରୁ ବହୁ ପଛରେ ଥାଇ ଶେଷ ରାଉଣ୍ଡରେ ବିଜୟ ହାସଲ କରିଛନ୍ତି। ସେହିପରି ବ୍ଲକ ଉପାଧ୍ୟକ୍ଷା ସାହୁ କଳାମାଟି ପଞ୍ଚାୟତର ସରପଞ୍ଚ ଭାବେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କୁନି ମିଶ୍ରଙ୍କଠାରୁ ଅଧିକ ୧୨୬୪ ଭୋଟ ପାଇଛନ୍ତି। ଅନ୍ୟପଟେ ଝାଙ୍କରପାଲି ପଞ୍ଚାୟତର ପରାଜିତ ପ୍ରାର୍ଥୀ ବାରିକ ପୁନଃ ଗଣତି ପାଇଁ ଜିଲା ପ୍ରଶାସନ ଓ ଯୁଯୁମୁରା ବ୍ଲକ ବିଡିଓ ସୁରଜ ବିଶ୍ୱାଳଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?