Posted inଫୁରସତ

ଆମ ଦେଶରେ ରହିଛି ଏପରି ଅଦ୍ଭୁତ ଝରଣା: ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ

ଆପଣ ନିଶ୍ଚିତ ଭାବରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାରର ସୁନ୍ଦର ଦୃଶ୍ୟରାଜି ଦେଖିଥିବେ। ସେଠାକୁ ଯିବାକୁ ଇଚ୍ଛା ମଧ୍ୟ କରିଥିବେ। କିନ୍ତୁ ଆମ ଦେଶରେ ବି ଏମିତି କିଛି ପ୍ରାକୃତିକ ଦୃଶ୍ୟ ଅଛି, ଯାହା ବିଷୟରେ ହୁଏ ତ ଅନେକ ଲୋକ ଜାଣି ନ ଥିବେ। ଯେତେବେଳେ ସୋସିଆଲ ମିଡିଆରେ ଏଭଳି ଦୃଶ୍ୟ ଭାଇରାଲ ହୁଏ, ସେତେବେଳେ ଲୋକଙ୍କ ନଜରକୁ ଏହା ଆସେ। ଏପରି ଏକ ସୁନ୍ଦର ଜଳପ୍ରପାତର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆକର୍ଷିତ କରୁଛି।

ଅରୁଣାଚଳ ପ୍ରଦେଶର ଦିବାଙ୍ଗ ଉପତ୍ୟକାରେ ଥିବା ସୁନ୍ଦର ଜଳପ୍ରପାତର ଭିଡିଓକୁ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓ ଦେଖିବା ପରେ ଲୋକମାନେ ନିଜ ଦେଶର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ବେଶ୍‌ ଉପଭୋଗ କରୁଛନ୍ତି।

ଏହି ଭିଡିଓ ଶେୟାର୍‌ କରି ସେ କ୍ୟାପଶନ ଲେଖିଛନ୍ତି, ‘ଯଦି ଆପଣ ଅନିନୀଙ୍କୁ ଯାଇ ନାହାନ୍ତି, ତେବେ ଦିବାଙ୍ଗ ଘାଟିର ପ୍ରକୃତି କୋଳରେ ରହି ନୂତନ ବର୍ଷକୁ ସ୍ବାଗତ କରନ୍ତୁ।’ ଏହି ଉପତ୍ୟକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ଏଠାରେ ଥିବା ଦୃଶ୍ୟ ଆପଣଙ୍କୁ ଆକର୍ଷିତ କରିବ ବୋଲି ଲେଖିଛନ୍ତି। ଟୁଇଟର ୟୁଜରମାନେ ଜଳପ୍ରପାତର ସୌନ୍ଦର୍ଯ୍ୟ ଦେଖି ଆତ୍ମବିଭୋର ହୋଇ ଉଠିଛନ୍ତି। ୟୁଜରମାନେ ଭିଡିଓ ଦେଖିବା ପରେ ସେମାନଙ୍କ ପ୍ରତିକ୍ରିୟା ଦେଇଚାଲିଛନ୍ତି। ଜଣେ ୟୁଜର କହିଛନ୍ତି, ଏହି ଦୃଶ୍ୟରୁ ମୋ’ ନଜର ହଟୁନି। ସେହିପରି ଅନ୍ୟ ୟୁଜରମାନେ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri