ଦିଗହରା ଜୀବନ, ପ୍ରତି ସେକେଣ୍ଡରେ ଜଣେ ଶିଶୁ ପାଲଟୁଛନ୍ତି ଶରଣାର୍ଥୀ…

କ୍ୱିଭ୍‌, ୧୫।୩ : ରୁଷିଆ ଆକ୍ରମଣରେ ୟୁକ୍ରେନ୍‌ ଏବେ ଧ୍ୱଂସସ୍ତୁପ ପାଲଟିଛି। ଜୀବନ ବିକଳରେ ଇତିମଧ୍ୟରେ ୩୦ ଲକ୍ଷରୁ ଅଧିକ ଲୋକ ଦେଶ ଛାଡ଼ି ଅନ୍ୟ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ସେମାନଙ୍କ ମଧ୍ୟରେ ୧୪ ଲକ୍ଷରୁ ଅଧିକ ଶିଶୁ ରହିଛନ୍ତି। ପ୍ରତି ସେକେଣ୍ଡରେ ଜଣେ ଶିଶୁ ଶରଣାର୍ଥୀ ପାଲଟୁଥିବା ଏକ ରିପୋର୍ଟରେ ଦର୍ଶାଯାଇଛି।

ଜାତିସଂଘ ଶରଣାର୍ଥୀ ଏଜେନ୍ସି ଅନୁସାରେ ଶରଣ ନେଉଥିବା ଲୋକଙ୍କ ସଂଖ୍ୟା ପୁଣି ବଢ଼ିବାର ଆଶଙ୍କା ରହିଛି। ଆଗାମୀ ଦିନରେ ଶରଣାର୍ଥୀଙ୍କ ସଂଖ୍ୟା ୪୦ ଲକ୍ଷରୁ ଅଧିକ ହେବ ବୋଲି ଜାତିସଂଘ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ରିପୋର୍ଟ ଅନୁସାରେ ଲୋକେ ସୁରକ୍ଷିତ ଅଞ୍ଚଳକୁ ପଳାୟନ କରିଛନ୍ତି। ଏହି ଧାରା ଜାରି ରହିଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍‌ର ହସ୍ପିଟାଲ, ସ୍କୁଲ, କଲେଜ ସହିତ ଆବାସିକ ଅଞ୍ଚଳ ଧ୍ୱଂସ ହୋଇଯାଇଛି। ଏହା ସହିତ ବିଦ୍ୟୁତ୍‌ ଏବଂ ଜଳ ଯୋଗାଣ ମଧ୍ୟ ସମ୍ଭବ ହୋଇ ପାରୁନାହିଁ। ଲୋକେ ଭୋକଶୋଷରେ ସୀମା ମୁହାଁ ହେବାରେ ଲାଗିଛନ୍ତି। ସର୍ବାଧିକ ୧୫ ଲକ୍ଷରୁ ଅଧିକ ଲୋକ ପୋଲାଣ୍ଡରେ ଶରଣ ନେଇଛନ୍ତି।

ସେହିପରି ରୋମାନିଆ, ମୋଲଡୋଭା, ସ୍ଲୋଭାକିଆ, ହଙ୍ଗେରୀ ଏବଂ ବେଲାରୁଷ୍‌ରେ ୟୁକ୍ରେନ୍‌ ଶରଣାର୍ଥୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ବହୁ ଲୋକ ନିଜ ନିଜ ପରିବାରଠାରୁ ଅଲଗା ହୋଇ ଯାଇଛନ୍ତି। ପଡ଼ୋଶୀ ଦେଶରେ ୟୁକ୍ରେନ୍‌ ଛାଡ଼ିଥିବା ଲୋକଙ୍କ ରହିବା ତଥା ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଛି। ଏହା ସହିତ ସେମାନଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା, ଶିକ୍ଷା ଏବଂ ନିଯୁକ୍ତ ସୁଯୋଗ ମଧ୍ୟ ଯୋଗାଇ ଦିଆଯାଉଛି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri