ଆମେରିକାର କଟକଣା ଆଗରେ ମୁଣ୍ଡ ନୁଆଁଇବ ନାହିଁ ରୁଷିଆ: ପୁଟିନଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ,୨୩ା୧୦: ରୁଷିଆର ବଡ଼ ତେଲ କମ୍ପାନୀଗୁଡ଼ିକ ଉପରେ ଆମେରିକା ଲାଗୁ କରିଥିବା କଟକଣାକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର କଡ଼ା ଜବାବ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ ମସ୍କୋ କେବେ ବି ଆମେରିକା କିମ୍ବା ଅନ୍ୟ କୌଣସି ଦେଶର ଚାପ ଆଗରେ ମୁଣ୍ଡ ନୁଆଁଇବ ନାହିଁ।

ପୁଟିନ କହିଛନ୍ତି, “କୌଣସି ଆତ୍ମ-ସମ୍ମାନ ଥିବା ଦେଶ କିମ୍ବା ଲୋକ କେବେ ବି ଚାପରେ ଆସି କୌଣସି ନିଷ୍ପତ୍ତି ନିଅନ୍ତି ନାହିଁ।” ସେ ଆମେରିକା ଦ୍ୱାରା ଲଗାଯାଇଥିବା ଏହି କଟକଣାକୁ ‘ଶତ୍ରୁତାପୂର୍ଣ୍ଣ କାର୍ଯ୍ୟ’ ବୋଲି କହିଛନ୍ତି। ତେବେ ଏହା ରୁଷିଆ ଅର୍ଥନୀତି ଉପରେ ବଡ଼ ପ୍ରଭାବ ପକାଇବ ନାହିଁ ବୋଲି ସେ ଦାବି କରିଛନ୍ତି।

ଯଦି ୟୁକ୍ରେନ୍, ଆମେରିକାରୁ ମିଳିଥିବା ଟମାହକ୍ କିମ୍ବା ୩,୦୦୦ କିଲୋମିଟର ଦୂରଗାମୀ କ୍ଷେପଣାସ୍ତ୍ରକୁ ରୁଷିଆ ଭିତରେ ଆକ୍ରମଣ ପାଇଁ ବ୍ୟବହାର କରେ, ତେବେ ରୁଷିଆ ଏହାର “ଅତ୍ୟନ୍ତ ଗୁରୁତର ଏବଂ ଶକ୍ତିଶାଳୀ” ଜବାବ ଦେବ ବୋଲି ସେ ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ, ୟୁକ୍ରେନ ଯୁଦ୍ଧ ପାଇଁ ରୁଷିଆର ପାଣ୍ଠି ଯୋଗାଣକୁ ରୋକିବା ଲକ୍ଷ୍ୟରେ ଆମେରିକା ରୁଷିଆର ଦୁଇଟି ବୃହତ ତେଲ କମ୍ପାନୀ ‘ରୋସନେଫ୍ଟ’ (Rosneft) ଏବଂ ‘ଲୁକୋଇଲ୍’ ଉପରେ କଟକଣା ଲଗାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶା କରିଛନ୍ତି ଯେ ଏହି କଟକଣା ଦ୍ୱାରା ଯୁଦ୍ଧ ଶୀଘ୍ର ସମାପ୍ତ ହେବ। ତେବେ ପୁଟିନଙ୍କ ଏହି ଜବାବ ଦୁଇ ଦେଶ ମଧ୍ୟରେ ତିକ୍ତତାକୁ ଆହୁରି ବଢ଼ାଇ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri