ଏଆଣ୍ଡ୍‌ଏସ୍‌ ପାୱାର ସହ ୱାର୍ଡ ୱିଜାର୍ଡର ସହଭାଗିତା

ଭୁବନେଶ୍ୱର,୨୨।୮: ୱାର୍ଡୱିଜାର୍ଡ ଇନୋଭେସନ୍ସ ଆଣ୍ଡ୍‌ ମୋବିଲିଟି ଏବଂ ଏଆଣ୍ଡ୍‌ଏସ୍‌ ପାୱାରର ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ପରବର୍ତ୍ତୀ ପିଢ଼ିର ଲାଇ-ଆୟନ ବ୍ୟାଟେରି ପ୍ରଯୁକ୍ତିରେ ଗବେଷଣା, ନବସୃଜନ ଓ ବିକାଶକୁ ଆଗକୁ ବଢ଼ାଇବା ଏବଂ ଗୁଜରାଟରେ ଭାରତର ପ୍ରଥମ ଇଭି ଆନସିଲାରି କ୍ଲଷ୍ଟର ସ୍ଥାପନ କରିବାରେ ଜୟ ଇ-ବାଇକ୍‌ ଯେଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ତାହାକୁ ସୁନିଶ୍ଚିତ କରିବା।
ଏ ସମ୍ପର୍କରେ ୱାର୍ଡୱିଜାର୍ଡ ଇନୋଭେସନ୍ସ ଆଣ୍ଡ୍‌ ମୋବିଲିଟି ଲିମିଟେଡ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଯତୀନ୍‌ ଗୁପ୍ତେ କହିଛନ୍ତି, ଇଲେକ୍ଟ୍ରିକ୍‌ ଯାନ ଶିଳ୍ପରେ ନବସୃଜନକୁ ଆଗକୁ ବଢ଼ାଇବା ଏବଂ ପ୍ରଯୁକ୍ତିରେ ଉନ୍ନତି ଆଣିବା ପାଇଁ ଆମର ରହିଥିବା ଲକ୍ଷ୍ୟ ଦିଗରେ ଏଆଣ୍ଡଏସ୍‌ ପାୱାର ସହ ସହଯୋଗିତା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଏହି ସହଯୋଗିତା ଆମକୁ ଗୁଜରାଟରେ ଇଭି ଆନସିଲାରି କ୍ଲଷ୍ଟର ସ୍ଥାପନ କରିବାର ନିକଟତର କରିଛି, ଯାହା ଦୀର୍ଘସ୍ଥାୟୀ ଗମନାଗମନ ସମାଧାନ ପ୍ରଦାନ କରିବ ଏବଂ ସବୁଜ ଭବିଷ୍ୟତକୁ ଆକାର ପ୍ରଦାନ କରିବ। ଉଲ୍ଲେଖଯୋଗ୍ୟ, ଜୟ ଇ-ବାଇକ୍‌ ବ୍ରାଣ୍ଡ୍‌ ନାମରେ ଇଲେକ୍ଟ୍ରିକ୍‌ ଯାନ ଉପତ୍ାଦନ କରୁଥିବା ୱାର୍ଡୱିଜାର୍ଡ ଇନୋଭେସନ୍ସ ଆଣ୍ଡ୍‌ ମୋବିଲିଟି ପକ୍ଷରୁ ଇଭି ଆନସିଲାରି କ୍ଲଷ୍ଟର ସ୍ଥାପନ କରିବାର ଲକ୍ଷ୍ୟକୁ ପୂରଣ କରିବା ଲାଗି ଅସଲି ଉପକରଣ ନିର୍ମାତା (ଓଇଏମ୍‌) ଏଆଣ୍ଡ୍‌ଏସ୍‌ ପାୱାର ସହିତ ଏକ ଦୀର୍ଘକାଳୀନ ଚୁକ୍ତି ସ୍ବାକ୍ଷର କରାଯାଇଛି। ଏପରି କି ଏହି ସହଯୋଗିତାକୁ ଜାରି ରହିଥିବା ଗବେଷଣା ଓ ବିକାଶ ସହିତ ସିଙ୍ଗାପୁରରେ ଥିବା ୱାର୍ଡୱିଜାର୍ଡର ଗବେଷଣା କେନ୍ଦ୍ର ପାଇଁ ଉପଲବ୍ଧ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri