ସମୟ ଗଡୁଛି, ସରୁନି କାମ

ସମ୍ବଲପୁର,୧୨ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଦୁର୍ଗାପାଲି ରେଲୱେ ଫାଟକ ଉପରେ ବ୍ରିଜ୍‌ ନିର୍ମାଣ କାମ ପ୍ରାୟ ୪ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା। ଧାର୍ଯ୍ୟ ସମୟ ବିତିଯାଇଥିଲେ ମଧ୍ୟ କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି।
ସମ୍ବଲପୁର ସହରକୁ ଆସିବାକୁ ରିଙ୍ଗ୍‌ରୋଡ ଏକ ପ୍ରମୁଖ ରାସ୍ତା। ଏହି ରାସ୍ତା ଦେଇ ବୁର୍ଲା ମେଡିକାଲ ସହିତ ବୁର୍ଲାରେ ଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ଯିବାଆସିବାରେ ସମସ୍ୟା ହେଉଛି। ପ୍ରତିିଦିନ ଶତାଧିକ ଯାନବାହନ ଏହି ରାସ୍ତା ଦେଇ ଯାତାୟାତ କରୁଛନ୍ତି। ଏହାଛଡା ସମ୍ବଲପୁରର ଅନେକ ଲୋକ ବୁର୍ଲା ଓ ହୀରାକୁଦ ଯିବା ପାଇଁ ଏହି ରାସ୍ତା ଉପରେ ନିର୍ଭର କରନ୍ତି। ତେବେ ଦୁର୍ଗାପାଲିରେ ରେଲଓ୍ବେ କ୍ରସିଂ ହେତୁ ଯାତ୍ରୀମାନେ ଅନେକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟ୍ରେନ୍‌ ଯିବାଆସିବା ଯୋଗୁ ରେଳ ଫାଟକ ବନ୍ଦ ହୋଇଯାଏ। ପ୍ରତ୍ୟେକ ଥର ଟ୍ରେନ୍‌ ଗଲାବେଳେ ଗେଟ୍‌ ପ୍ରାୟ ୧୫ ମିନିଟ୍‌ ବନ୍ଦ ହୋଇଥାଏ ବୋଲି ଅଭିଯୋଗ ହେଉଛି। ଏହାକୁ ନେଇ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଥାଏ। ଦୁର୍ଗାପାଲିରେ ଥିବା ଲେଭଲ୍‌ କ୍ରସିଂ ଉପରେ ବ୍ରଜ୍‌ କାର୍ଯ୍ୟକ୍ଷମ ହେବା ପରେ ଏହି ସମସ୍ୟାର ସମାଧାନ ହେବ ବୋଲି ଆଶା କରାଯାଉଛି। ଦୁର୍ଗାପାଲି ରାସ୍ତା ସହରର ଲକ୍ଷ୍ମୀଡୁଙ୍ଗୁରି ଛକରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରୁଛି। ଏହି ବ୍ରିଜ ନିର୍ମାଣ ହୋଇଗଲେ ସହର ପ୍ରବେଶପଥରେ ଟ୍ରାଫିକ ସମସ୍ୟା ଦୂର ହୋଇଯିବ। ସୂଚନାଯୋଗ୍ୟ, ଦୁର୍ଗାପାଲି ବ୍ରିଜର ଲମ୍ବ ୯୪୭ ମିଟର ରହିଛି। ଏହି ପ୍ରକଳ୍ପ ଉଭୟ ରେଳବାଇ ଓ ପିଡବ୍ଲ୍ୟୁଡି ଦ୍ୱାରା କାର୍ଯ୍ୟକାରୀ ହେଉଛି। ପ୍ରକଳ୍ପ କାର୍ଯ୍ୟ ୨୦୧୯ରେ ଆରମ୍ଭ ହୋଇ ୨ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ରେଳବାଇ ଜମିରେ ରେଳ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ହାତକୁ ନେଇଥିଲା। ରେଳବାଇ ଏହାର ଅଂଶ ପ୍ରାୟ ଶେଷ କରିସାରିଛି। ପିଡବ୍ଲ୍ୟୁଡି ବିଭାଗ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ କାର୍ଯ୍ୟ ଜୋରସୋରରେ ଚାଲିଛି। ଚଳିତ ଅକ୍ଟୋବର ଶେଷ ସୁଦ୍ଧା ପ୍ରକଳ୍ପର କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri