ବ୍ରିଟେନରେ ୬ମାସ ପାଇଁ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’

ବ୍ରିଟେନ,୨୩ା୯: କୋଭିଡ୍‌ ସଂକ୍ରମଣ ରୋକିବା ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଦେଶବାସୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏଥିପାଇଁ ୬ ମାସ ପର୍ଯ୍ୟନ୍ତ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’ ଘୋଷଣା କରିବା ସହ ସାମାଜିକ ମିଳାମିଶା ଉପରେ କଟକଣା ଜାରିରହିବ ବୋଲି ସତର୍କ କରିଛନ୍ତି। ସେହିଭଳି ସେପ୍ଟେମ୍ବର ୨୪ରୁ ରେଷ୍ଟୁରାଣ୍ଟ ଓ ବାର୍‌ଗୁଡ଼ିକୁ ରାତିରେ ଶୀଘ୍ର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କଟକଣାକୁ ଅଧିକ କଡାକଡି କରାଯାଇଛି। ଦେଶରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମାସଠାରୁ ହେବାକୁ ଥିବା କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକ ଉପରେ ମଧ୍ୟ ରୋକ ଲଗାଯାଇଛି। ଫେସ୍‌ମାସ୍କ ନ ପିନ୍ଧୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ବର୍ତ୍ତମାନର କଠିନ ମୁହୂର୍ତ୍ତରେ ଏହି ଘାତକ ଭୂତାଣୁକୁ ରୋକିବାକୁ ଆବଶ୍ୟକ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜନ୍‌ସନ୍‌ ମଙ୍ଗଳବାର ବ୍ରିଟେନ୍‌ ପାର୍ଲାମେଣ୍ଟରେ କହିଛନ୍ତି।
କୋଭିଡ୍‌ ମହାମାରୀ ପାଇଁ ବ୍ରିଟେନ୍‌ରେ ଗତ ମାର୍ଚ୍ଚରେ ପ୍ରଥମ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ଏହାଦ୍ୱାରା ଦେଶର ସାମାଜିକ ଓ ବାଣିଜି୍ୟକ କାର୍ଯ୍ୟ ବିଶେଷଭାବେ ପ୍ରଭାବିତ ହୋଇଥିଲା। ଏପରି କି ଗତ ୧୦୦ବର୍ଷ ମଧ୍ୟରେ ବ୍ରିଟେନ୍‌ ସବୁଠାରୁ ବଡ଼ ଆର୍ଥିକ ମାନ୍ଦାବସ୍ଥାକୁ ସାମ୍ନା କରିଥିବା କୁହାଯାଉଛି। ତେବେ କୋଭିଡ୍‌ରେ ଅନ୍ୟ ସମସ୍ତ ୟୁରୋପୀୟ ରାଷ୍ଟ୍ରଗୁଡ଼ିକଠାରୁ ବ୍ରିଟେନ୍‌ରେ ସର୍ବାଧିକ ଲୋକ ମରିଛନ୍ତି। ଏଭଳିସ୍ଥଳେ ଜନସାଧାରଣଙ୍କ ଜୀବନ ରକ୍ଷା ସହ ଅର୍ଥନୀତିକୁ ସୁରକ୍ଷା ଦେବା ସରକାରଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଯଦି ଏବେଠାରୁ ସତର୍କତା ଅବଲମ୍ବନ କରା ନ ଯାଏ ତା’ହେଲେ ଅକ୍ଟୋବର ମଧ୍ୟଭାଗ ସୁଦ୍ଧା ଦେଶରେ ଦୈନିକ ୫୦ ହଜାର କୋଭିଡ୍‌ ସଂକ୍ରମିତ ଚିହ୍ନଟ ହେବେ ବୋଲି ଆଶଙ୍କା କରାଯାଉଛି। ତେଣୁ ଦେଶକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନ କରି ଆଂଶିକଭାବେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri