ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର ଗୌରବ। ତେଣୁ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଗୁରୁବାର ଗଞ୍ଜାମ ଜିଲା ହିଞ୍ଜିଳିରେ ୩ୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରମାନଙ୍କୁ ଏହି ଉଦ୍‌ବୋଧନ ଦେଇଛନ୍ତି।
ପ୍ରକାଶ ଯେ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ ସ୍କୁଲର ଲୋକାର୍ପଣ କରାଯିବାକୁ ଥିବାବେଳେ ଗୁରୁବାର ସୁଦ୍ଧା ୩ଟି ପର୍ଯ୍ୟାୟରେ ୩୦ ସ୍କୁଲ ଲୋକାର୍ପିତ ହୋଇଛି। ଏହି ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ପିଲାଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ଦିଗରେ ଅଧିକ ସହାୟକ ହେବ। ଏହି ନୂଆ ସୁଯୋଗ ଓ ପରିବେଶ ବିଦ୍ୟାଳୟକୁ ଆସି ପାଠ ପଢ଼ିବା ଲାଗି ପିଲାଙ୍କ ମନରେ ଆଗ୍ରହ ସୃଷ୍ଟି କରିପାରିଛି। ଏହି ଆଗ୍ରହ ହିଁ ସେମାନଙ୍କ ସଫଳତା ପାଇଁ ନୂଆ ରାସ୍ତା ଫିଟାଇବ। ଛାତ୍ର ଜୀବନ ସବୁଠାରୁ ମୂଲ୍ୟବାନ୍‌ ସମୟ ହୋଇଥିବାରୁ ଏହାର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଆବଶ୍ୟକ। ୫-ଟି କାର୍ଯ୍ୟକ୍ରମ ଜରିଆରେ ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ବୁଝାଇଛନ୍ତି। ସେ ଆହୁରି କହିଛନ୍ତି, ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡ଼ିଶାର ସବୁ ସ୍କୁଲରେ ରୂପାନ୍ତରଣ ଆସିବ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ବିଧାୟକ ଏବଂ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଜ ସମ୍ପତ୍ତି ପରି ରୂପାନ୍ତରଣ ହୋଇଥିବା ସ୍କୁଲଗୁଡିକର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୋଟିଏ ନିର୍ବାଚନମଣ୍ଡଳୀର ସମସ୍ତ ସରକାରୀ ବିଦ୍ୟାଳୟ ରୂପାନ୍ତରୀକରଣରେ ହିଞ୍ଜିଳି ସାରା ଦେଶରେ ପ୍ରଥମ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍କୁଲ ରୂପାନ୍ତରଣ ପରେ ପାଠ ପ୍ରତି ସେମାନଙ୍କ ଆଗ୍ରହ ଦ୍ୱିଗୁଣିତ ହୋଇଥିବା କାର୍ଯ୍ୟକ୍ରମରେ ଉପସ୍ଥିତ କେତେଜଣ ଛାତ୍ରୀଛାତ୍ର ବର୍ଣ୍ଣନା କରିଥିଲେ। ୧୦ଟି ଯାକ ସ୍କୁଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ, ପଦ୍ମନାଭ ବେହେରା, ତୁଷାରକାନ୍ତି ବେହେରା, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ସୁଶାନ୍ତ ରାଉତ ଏବଂ ସରପଞ୍ଚ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଥିଲେ, ଏ ରୂପାନ୍ତରଣକୁ ଆସନ୍ତା ଦିନରେ ସାରା ଦେଶ ଅନୁକରଣ କରିବ। ଗଞ୍ଜାମ ଜିଲାପାଳ କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri