ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର ଗୌରବ। ତେଣୁ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଗୁରୁବାର ଗଞ୍ଜାମ ଜିଲା ହିଞ୍ଜିଳିରେ ୩ୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରମାନଙ୍କୁ ଏହି ଉଦ୍‌ବୋଧନ ଦେଇଛନ୍ତି।
ପ୍ରକାଶ ଯେ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ ସ୍କୁଲର ଲୋକାର୍ପଣ କରାଯିବାକୁ ଥିବାବେଳେ ଗୁରୁବାର ସୁଦ୍ଧା ୩ଟି ପର୍ଯ୍ୟାୟରେ ୩୦ ସ୍କୁଲ ଲୋକାର୍ପିତ ହୋଇଛି। ଏହି ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ପିଲାଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ଦିଗରେ ଅଧିକ ସହାୟକ ହେବ। ଏହି ନୂଆ ସୁଯୋଗ ଓ ପରିବେଶ ବିଦ୍ୟାଳୟକୁ ଆସି ପାଠ ପଢ଼ିବା ଲାଗି ପିଲାଙ୍କ ମନରେ ଆଗ୍ରହ ସୃଷ୍ଟି କରିପାରିଛି। ଏହି ଆଗ୍ରହ ହିଁ ସେମାନଙ୍କ ସଫଳତା ପାଇଁ ନୂଆ ରାସ୍ତା ଫିଟାଇବ। ଛାତ୍ର ଜୀବନ ସବୁଠାରୁ ମୂଲ୍ୟବାନ୍‌ ସମୟ ହୋଇଥିବାରୁ ଏହାର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଆବଶ୍ୟକ। ୫-ଟି କାର୍ଯ୍ୟକ୍ରମ ଜରିଆରେ ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ବୁଝାଇଛନ୍ତି। ସେ ଆହୁରି କହିଛନ୍ତି, ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡ଼ିଶାର ସବୁ ସ୍କୁଲରେ ରୂପାନ୍ତରଣ ଆସିବ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ବିଧାୟକ ଏବଂ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଜ ସମ୍ପତ୍ତି ପରି ରୂପାନ୍ତରଣ ହୋଇଥିବା ସ୍କୁଲଗୁଡିକର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୋଟିଏ ନିର୍ବାଚନମଣ୍ଡଳୀର ସମସ୍ତ ସରକାରୀ ବିଦ୍ୟାଳୟ ରୂପାନ୍ତରୀକରଣରେ ହିଞ୍ଜିଳି ସାରା ଦେଶରେ ପ୍ରଥମ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍କୁଲ ରୂପାନ୍ତରଣ ପରେ ପାଠ ପ୍ରତି ସେମାନଙ୍କ ଆଗ୍ରହ ଦ୍ୱିଗୁଣିତ ହୋଇଥିବା କାର୍ଯ୍ୟକ୍ରମରେ ଉପସ୍ଥିତ କେତେଜଣ ଛାତ୍ରୀଛାତ୍ର ବର୍ଣ୍ଣନା କରିଥିଲେ। ୧୦ଟି ଯାକ ସ୍କୁଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ, ପଦ୍ମନାଭ ବେହେରା, ତୁଷାରକାନ୍ତି ବେହେରା, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ସୁଶାନ୍ତ ରାଉତ ଏବଂ ସରପଞ୍ଚ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଥିଲେ, ଏ ରୂପାନ୍ତରଣକୁ ଆସନ୍ତା ଦିନରେ ସାରା ଦେଶ ଅନୁକରଣ କରିବ। ଗଞ୍ଜାମ ଜିଲାପାଳ କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?