‘ଚାପ ସତ୍ତ୍ୱେ କାର୍ଯ୍ୟ ପ୍ରଶଂସନୀୟ’

ଭୁବନେଶ୍ୱର,୬।୩ (ବ୍ୟୁରୋ):କମିଶନରେଟ ପୋଲିସ ପକ୍ଷରୁ ପ୍ରଥମ ଅଧିକାରୀ ସମ୍ମିଳନୀ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟ ଅଡିଟୋରିୟମଠାରେ ଆରମ୍ଭ ହୋଇଛି। କଟକ-ଭୁବନେଶ୍ୱର ଦୈତ୍ୟନଗରୀରେ କାର୍ଯ୍ୟକରୁଥିବା ପୋଲିସ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତା କିପରି ବୃଦ୍ଧି ପାଇବ, ବିଭିନ୍ନ ଥାନାରେ ନିୟମିତ ଉପୁଜୁଥିବା ଅସୁବିଧା ଓ ପ୍ରତିବନ୍ଧକକୁ ପର୍ଯ୍ୟାଲୋଚନା କରାଯାଇପାରିବ କିପରି ସମାଧାନ କରାଯାଇପାରିବ ସେନେଇ ସମ୍ମିଳନୀରେ ଗୁରୁତ୍ୱାରୋପ କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, ଦୈତ୍ୟନଗରୀରେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ଉପରେ ଅଧିକ କାମ ଚାପ ରହୁଛି। ଏହାସତ୍ତ୍ୱେ ବି ଅଧିକାରୀମାନେ ଚାପମୁକ୍ତ ହୋଇ କାର୍ଯ୍ୟ କରିବାର ଯେଉଁ ପ୍ରୟାସ ରଖୁଛନ୍ତି, ତାହା ପ୍ରଶଂସାଯୋଗ୍ୟ। ଅଧିକାରୀମାନଙ୍କର ଏହି ପ୍ରୟାସ ସମାଜସେବା ପାଇଁ ଉତ୍ସର୍ଗ ହେବ। ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇ ଡିଜିପି କହିଛନ୍ତି, ବିଶେଷଜ୍ଞଙ୍କ ଦ୍ୱାରା ସର୍ବଦା ପ୍ରଶିକ୍ଷଣ ନେଇ ତଦନ୍ତ କରି ଦୋଷୀଙ୍କୁ ଦୋଷୀ ସାବ୍ୟସ୍ତ କର। ସେହିପରି ସାଇବର ଅପରାଧ ବେଶ୍‌ ଚ୍ୟାଲେଞ୍ଜ ହୋଇଥିବାରୁ ନୂଆ ନୂଆ ଜ୍ଞାନକୌଶଳରେ କିପରି ତଦନ୍ତ କରାଯିବ, ସେନେଇ କର୍ମଶାଳାରେ ସେ ଆଲୋଚନା କରିଥିଲେ। ଏଥିସହ ଥାନାକୁ ଆସୁଥିବା ଲୋକଙ୍କୁ ଗୁରୁତ୍ୱ ଦେବା ସହ ସଚ୍ଚୋଟ, ନିର୍ଭିକ ହୋଇ ନିଜ ଦାୟିତ୍ୱ ତୁଲାଇବା ପ୍ରତି ଯତ୍ନବାନ୍‌ ହେବା ଉଚିତ ବୋଲି ଡିଜିପି ବଂଶଲ କହିଥିଲେ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ପୋଲିସ କମିଶନର ଡ. ଉମାଶଙ୍କର ଦାସ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କ ସମେତ ବହୁ ପୋଲିସ ଅଧିକାରୀ ଏହି ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri