Posted inଜାତୀୟ

୧୦ଟା ରୁ ୫ଟା ନୁହେଁ, ଏହାଠାରୁ ଅଧିକ ସମୟ କାମ କରନ୍ତୁ: ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଧାମିଙ୍କ ଚେତାବନୀ…

ଡେରାଡୁନ,୧୫।୧୧ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କୁ ଔପଚାରିକତାଠାରୁ ଦୂରେଇ କାର୍ଯ୍ୟ କରିବାକୁ ଚେତାବନୀ ଦେଇଛନ୍ତି। ଧାମି ଖୋଲାଖୋଲି ଭାବେ କହିଛନ୍ତି ଯେ ରାଜ୍ୟର ବିକାଶ ପାଇଁ ସମସ୍ତଙ୍କୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୫ ପର୍ଯ୍ୟନ୍ତ ଔପଚାରିକତାଠାରୁ ଦୁରେଇ ରହି ଅଧିକ ସମୟ କାର୍ଯ୍ୟ କରିବାକୁ ପଡ଼ିବ। ସେ ଏକ ସ୍ପଷ୍ଟ ଭାବେ ଗହିଛନ୍ତି ଯେ ଯେଉଁମାନେ କେବଳ ଔପଚାରିକତା ପାଇଁ କାମ କରୁଛନ୍ତି ସେମାନଙ୍କୁ ସୁରକ୍ଷା ଦିଆଯିବ ନାହିଁ ଏବଂ ଯେଉଁମାନେ ରାଜ୍ୟର ସ୍ବାର୍ଥ ପାଇଁ ପରିଶ୍ରମ କରୁଛନ୍ତି ସେମାନଙ୍କୁ ଉତ୍ସାହିତ କରାଯିବ।

ରାଜ୍ୟର ଉନ୍ନତି ପାଇଁ ଅନେକ ନିଷ୍ପତ୍ତି ଗ୍ରହଣ କରାଯାଇଛି। କିନ୍ତୁ ଅଧିକାରୀ ଏବଂ କର୍ମଚାରୀଙ୍କ ସହଯୋଗ ନମିଳିବା ପର୍ଯ୍ୟନ୍ତ ଏହା ସମ୍ଭବ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ରାତି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଉତ୍ସର୍ଗୀକୃତ ହୋଇ କାର୍ଯ୍ୟ କରିବାକୁ ସରକାରୀ କର୍ମଚାରୀଙ୍କୁ କହିଛନ୍ତି। ଏଥିରୁ ଏହା ମଧ୍ୟ ସ୍ପଷ୍ଟ ହୋଇଛି ଯେ ରାଜ୍ୟରେ ଏଭଳି ଅଧିକାରୀ ଏବଂ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ହେବ, ଯେଉଁମାନେ ସେମାନଙ୍କ କାର୍ଯ୍ୟକୁ କେବଳ ଔପଚାରିକ କରିଛନ୍ତି। ଏଥି ସହିତ ଉଚ୍ଚ ସ୍ତରୀୟ ଅଧିକାରୀମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ପୂରଣ କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି।
ଧାମିଙ୍କ ଏଭଳି ମନ୍ତବ୍ୟ ନେଇ କଂଗ୍ରେସର ରାଜ୍ୟ ଉପାଧ୍ୟକ୍ଷ କଟାକ୍ଷ କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିରୁ ଜଣାପଡୁଛି ଯେ ସେ ସରକାରୀ କର୍ମଚାରୀଙ୍କ ସହଯୋଗ ପାଉନାହାନ୍ତି। ଏହି କାରଣରୁ ଏବେ ତାଙ୍କୁ ଏଭଳି ପଦକ୍ଷେପ ସମ୍ପର୍କରେ କହିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri