୫-ଜି ସ୍ପେକ୍ଟ୍ରମ୍‌ ନିଲାମ ନେଇ କାର୍ଯ୍ୟ ଆରମ୍ଭ, ଚଳିତ ବର୍ଷ ମିଳିପାରେ ସେବା…

ନୂଆଦିଲ୍ଲୀ, ୩୦।୫ : ଦେଶରେ ୫-ଜି ସ୍ପେକ୍ଟ୍ରମର ନିଲାମ ନେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହାର ସେବା ଚଳିତ ବର୍ଷ ଆରମ୍ଭ ହୋଇପାରିବାର ଆଶା ରହିଛି। ଟେଲି ଯୋଗାଯୋଗ କ୍ଷେତ୍ରରେ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ମାଧ୍ୟମରେ ବହୁ ସଂଖ୍ୟକ ଚାକିରି ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

୨୦୨୫ ସୁଦ୍ଧା, ୫-ଜି ଟେକ୍ନୋଲୋଜି ପାଇଁ ୨.୨ କୋଟି ଦକ୍ଷ କର୍ମଚାରୀ ଆବଶ୍ୟକ ହେବେ। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଏହି ସେବା ଦେଶରେ ଷ୍ଟାର୍ଟଅପ ଇକୋସିଷ୍ଟମକୁ ତ୍ୱରାନ୍ବିତ କରିବାରେ, ଶାସନକୁ ସୁଦୃଢ଼ କରିବାରେ ତଥା ଜୀବନକୁ ସହଜ କରିବାରେ ସାହାଯ୍ୟ କରିବ ଏବଂ ବ୍ୟବସାୟରେ ମଧ୍ୟ ସହାୟତା ଯୋଗାଇ ଦେବ।

୨୦୨୨ ସୁଦ୍ଧା ଭାରତ ୨୫ ଲକ୍ଷ କିଲୋମିଟର ଅପ୍ଟିକାଲ ଫାଇବରରେ ପହଞ୍ଚିବାକୁ ଯୋଜନା କରୁଛି। ଇଣ୍ଡିଆ ବ୍ରାଣ୍ଡ ଇକ୍ୱିଟି ଫାଉଣ୍ଡେସନ ଅନୁଯାୟୀ, ୨୦୨୬ ସୁଦ୍ଧା ଭାରତରେ ୩୫ କୋଟି ୫-ଜି ଗ୍ରାହକ ସୃଷ୍ଟି ହୋଇପାରିବେ, ଯାହା ମୋଟ ମୋବାଇଲ ଫୋନ ଗ୍ରାହକଙ୍କ ସଂଖ୍ୟାର ୨୭ ପ୍ରତିଶତ ହେବ।

ଟେଲିକମ ସଚିବ କେ ରାଜାରାମନ କିଛି ଦିନ ପୂର୍ବରୁ କହିଥିଲେ ଯେ ନେଟ ଠାରୁ ସ୍ପେସ ଯୋଗାଯୋଗ ଏବଂ ୫-ଜି ଫିକ୍ସଡ ଲାଇନ ବ୍ରଡବ୍ୟାଣ୍ଡ ସେବା ପର୍ଯ୍ୟନ୍ତ ଭାରତରେ ବହୁ ସଂଖ୍ୟକ ନିଯୁକ୍ତି ସୃଷ୍ଟି ହେବ। ସେହି କ୍ଷେତ୍ରରେ ଅଧିକ ନିଯୁକ୍ତି ସୃଷ୍ଟି ହେବ, ଯାହାକି ଏପର୍ଯ୍ୟନ୍ତ ଏହି କ୍ଷେତ୍ରରେ ବହୁତ କମ ରହିଛି। ଶୀଘ୍ର ଆମେ ନୀତି ପ୍ରତିବନ୍ଧକ ହଟାଇବାକୁ ପ୍ରୟାସ କରୁଛୁ।

ଟେଲିକମ ସେକ୍ଟର ସ୍କିଲ କାଉନସିଲ କହିଛି ଯେ ୫-ଜି, କ୍ଲାଉଡ କମ୍ପ୍ୟୁଟିଂ, ଆଟିଫିସିଆଲ ଇଣ୍ଟେଲିଜେନ୍ସ, ବୃହତ୍‌ ଡାଟା ଆନାଲିସିସ ଭଳି ନୂତନ ଟେକ୍ନୋଲୋଜି କ୍ଷେତ୍ରରେ ୧.୫ ଲକ୍ଷରୁ ଅଧିକ ପ୍ରଫେସନାଲଙ୍କ ଚାହିଦା ରହିଛି। ଏହି କ୍ଷେତ୍ରର ଚାହିଦା ଏବଂ ଯୋଗାଣ ମଧ୍ୟରେ ୨୮ ପ୍ରତିଶତ ବ୍ୟବଧାନ ଅଛି, ଯାହା ପରବର୍ତ୍ତୀ ସମୟରେ ବୃଦ୍ଧି ପାଇବ। ପରିଷଦ ପକ୍ଷରୁ ୫-ଜି ସେବା ପାଇଁ ୩ ବର୍ଷରେ ଏକ ଲକ୍ଷ ଲୋକଙ୍କୁ ତାଲିମ ପ୍ରଦାନ କରାଯିବାର ଳକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri