ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ ଏବଂ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ବଲାଙ୍ଗୀର ଜିଲାର ଲୋୟର ସୁକତେଲ, ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଓ ବାଙ୍କତିରା ଜଳସେଚନ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଜିଲାର ସୋନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସହିତ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ବ୍ୟାପକ ଆଲୋଚନା କରାଯାଇଛି। ବୈଠକରୁ ଜଣାପଡ଼ିଛି, ଜୁନ୍‌ ୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍‌ ୱେ କାର୍ଯ୍ୟ ଶେଷ ହେବ। ଏଥିପାଇଁ ପ୍ଲେଟ୍‌ ଗାର୍ଡର ଓ ଦକ୍ଷିଣ ପାର୍ଶ୍ୱ ଡାଇକ୍‌ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଛି। ୨୦୨୧ରେ ଏହି ପ୍ରକଳ୍ପ ଅଧୀନରେ ୧୫,୦୦୦ ହେକ୍ଟର ଓ ୨୦୨୨ରେ ୧୭,୦୦୦ ହେକ୍ଟର ସେଚାଞ୍ଚଳକୁ ଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ ଖରିଫ-୨୦୨୩ ସୁଦ୍ଧା ଆଉ ୮୦୦୦ ହେକ୍ଟର ଜମିକୁ ଜଳସେଚନ ପାଇଁ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲାର ସୋନ ଜଳସେଚନ ପ୍ରକଳ୍ପ ଓ ବାଲେଶ୍ୱର ଜିଲାର ବାଙ୍କତିରା ଜଳସେଚନ ପ୍ରକଳ୍ପର ସମୀକ୍ଷା କରାଯାଇଛି। ଏହି ପ୍ରକଳ୍ପ ଦ୍ୱୟର କାର୍ଯ୍ୟାରମ୍ଭ ପାଇଁ ପରିବେଶ ମଞ୍ଜୁରୀ ଏବଂ ଟେଣ୍ଡର କାର୍ଯ୍ୟକୁ ତ୍ୱରିତ ପଦକ୍ଷେପ ନିଆଯାଇ ଶେଷକରିବାକୁ ଗର୍ଗ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri