ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ ଏବଂ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ବଲାଙ୍ଗୀର ଜିଲାର ଲୋୟର ସୁକତେଲ, ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଓ ବାଙ୍କତିରା ଜଳସେଚନ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଜିଲାର ସୋନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସହିତ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ବ୍ୟାପକ ଆଲୋଚନା କରାଯାଇଛି। ବୈଠକରୁ ଜଣାପଡ଼ିଛି, ଜୁନ୍‌ ୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍‌ ୱେ କାର୍ଯ୍ୟ ଶେଷ ହେବ। ଏଥିପାଇଁ ପ୍ଲେଟ୍‌ ଗାର୍ଡର ଓ ଦକ୍ଷିଣ ପାର୍ଶ୍ୱ ଡାଇକ୍‌ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଛି। ୨୦୨୧ରେ ଏହି ପ୍ରକଳ୍ପ ଅଧୀନରେ ୧୫,୦୦୦ ହେକ୍ଟର ଓ ୨୦୨୨ରେ ୧୭,୦୦୦ ହେକ୍ଟର ସେଚାଞ୍ଚଳକୁ ଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ ଖରିଫ-୨୦୨୩ ସୁଦ୍ଧା ଆଉ ୮୦୦୦ ହେକ୍ଟର ଜମିକୁ ଜଳସେଚନ ପାଇଁ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲାର ସୋନ ଜଳସେଚନ ପ୍ରକଳ୍ପ ଓ ବାଲେଶ୍ୱର ଜିଲାର ବାଙ୍କତିରା ଜଳସେଚନ ପ୍ରକଳ୍ପର ସମୀକ୍ଷା କରାଯାଇଛି। ଏହି ପ୍ରକଳ୍ପ ଦ୍ୱୟର କାର୍ଯ୍ୟାରମ୍ଭ ପାଇଁ ପରିବେଶ ମଞ୍ଜୁରୀ ଏବଂ ଟେଣ୍ଡର କାର୍ଯ୍ୟକୁ ତ୍ୱରିତ ପଦକ୍ଷେପ ନିଆଯାଇ ଶେଷକରିବାକୁ ଗର୍ଗ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri