Posted inରାଜ୍ୟ

୧୮ମାସରେ ଶେଷ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନବକଳେବର କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧୨-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍‌ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲ। ଖଣ୍ଡଗିରି ବସ୍‌ ଡିପୋ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ତାହା ବୁଲି ଦେଖିଥିଲେ। ଉନ୍ନତ ନିର୍ମାଣ ସହିତ ବସ୍‌ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ। ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ। ୧୮ ମାସରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ସଚିବ(୫-ଟି) ଭି.କେ. ପାଣ୍ଡିଆନ, ଭୁବନେଶ୍ୱର ମହାନଗର ନିଗମ କମିଶନର ଓ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?