ଆରମ୍ଭ ହେଲା ନୂତନ ମାର୍କେଟ କମ୍ପ୍ଲେକ୍ସ କାମ

କଟକ ଅଫିସ,୨୫ା୩: କଟକ ଚଣ୍ଡୀ ମନ୍ଦିର ରୂପାନ୍ତରଣ କାର୍ଯ୍ୟ ଦ୍ରୁତଗତିରେ ଜାରି ରହିଛି। ସେଠାରେ ନୂତନ ମାର୍କେଟ କମ୍ପ୍ଲେକ୍ସ କାମ ଆରମ୍ଭ ହୋଇଯାଇଛି ା ଏତଦ୍‌ବ୍ୟତୀତ ଶୈଳବାଳା ମହିଳା ସ୍ବୟଂସାଶିତ କଲେଜ ଭିତର ଦେଇ ରାସ୍ତା ଡାଇଭର୍ସନ କାର୍ଯ୍ୟ ଜାରି ରହିଛି ବୋଲି ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେସନ କମିଟି ଅଧ୍ୟକ୍ଷ ତଥା ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ କହିଛନ୍ତି। କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଡ. ସୁରେଶ ଚନ୍ଦ୍ର ଦଳେଇ, ସିଡିଏ ଅଧ୍ୟକ୍ଷ ସାମଲ ଓ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ଶୁକ୍ରବାର ପୂର୍ବାହ୍ନରେ ଚଣ୍ଡୀ ମନ୍ଦିରରେ ପହଞ୍ଚି କାର୍ଯ୍ୟ ତଦାରଖ କରିବା ସହ ଓବିସିସି ଓ ଆର୍‌ଆଣ୍ଡ୍‌ବି ଯନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। କାର୍ଯ୍ୟର ଅଗ୍ରଗତି ଦେଖି ସେମାନେ ସନ୍ତୋଷ ପ୍ରକାଶ କରିଥିଲେ। ଇତିମଧ୍ୟରେ ସେଠାକାର ପୁରୁଣା ବିଲ୍ଡିଂରେ ଥିବା ଜିନିଷପତ୍ର ସ୍ଥାନାନ୍ତର କରାଯିବା ସହ ଉକ୍ତ ଢାଞ୍ଚାକୁ ଭାଙ୍ଗି ଦିଆଯାଇଛି। ସେହିପରି ସେବାୟତ ଓ ପୂଜକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ବିଶେଷକରି ପାଇପ୍‌ ଲାଇନ ସ୍ଥାନାନ୍ତର, ବିଦ୍ୟୁତ୍‌ ଲାଇନ ଟାଣିବା କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ଏ ନେଇ ସିଡିଏ ଅଧ୍ୟକ୍ଷ ସାମଲ କହିଛନ୍ତି, ଖୁବ୍‌ଶୀଘ୍ର ମନ୍ଦିର ପୁନଃ ନବୀକରଣ କାର୍ଯ୍ୟ ଆରମ୍ଭ ହେବ। ମନ୍ଦିରର ଉଚ୍ଚତା ବୃଦ୍ଧି ପାଇବା ସହ ସେଥିରେ ଖୋଣ୍ଡାଲାଇଟ୍‌ ପଥର ବ୍ୟବହାର କରାଯିବ। ଏହି ପଥର ଖୁବ୍‌ଶୀଘ୍ର ପହଞ୍ଚିବ ବୋଲି ସେ କହିଛନ୍ତି। ସେହିପରି ଜିଲାପାଳ ଚୟନୀ କହିଛନ୍ତି, ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଯେପରି ଶୃଙ୍ଖଳିତ ଢଙ୍ଗରେ ହେବ ଏବଂ ପାଚେରି ନିର୍ମାଣ କାର୍ଯ୍ୟ ଠିକ୍‌ ସମୟରେ ଶେଷ ହେବ ସେଥିପ୍ରତି ପ୍ରଶାସନ ଅଧିକ ଯତ୍ନଶୀଳ ହେବ। ଆସନ୍ତା ଅକ୍ଟୋବର ୧୪ରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ଚଣ୍ଡୀ ମନ୍ଦିର ରୂପାନ୍ତରଣ ଓ ବିକାଶ ପ୍ରକଳ୍ପକୁ ଏକ ସପ୍ତାହ ମଧ୍ୟରେ ଆରମ୍ଭ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ୭୦ କୋଟି ଟଙ୍କା ବ୍ୟୟରେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ୨୦୨୩ ନଭେମ୍ବର ସୁଦ୍ଧା ଶେଷ ହେବ ବୋଲି ଉପରୋକ୍ତ ଅଧିକାରୀମାନେ ଆଶା ପ୍ରକଟ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?