ମଧୁବାଲାଙ୍କ ବାୟୋପିକ

ମୁମ୍ବାଇ: ବଲିଉଡ ଦୁନିଆର ନାଁ କରା ଅଭିନେତ୍ରୀ ମଧୁବାଲାଙ୍କ ଜୀବନକୁ ନେଇ ତିଆରି ହେବାକୁ ଯାଉଛି ତାଙ୍କର ଏକ ବାୟୋପିକ । ଏହାକୁ ନେଇ ତାଙ୍କର ସବୁଠାରୁ ସାନ ଭଉଣୀ ମଧୁର ବୃଜ ଭୂଷଣଙ୍କ ସମର୍ଥନ ମିଳିଛି । ଏହି ବାୟୋପିକକୁ ନେଇ ମଧୁର କହିଛନ୍ତି, ମୋ ପ୍ରିୟ ଭଉଣୀ ପାଇଁ କିଛି କରିବାକୁ ମୋର ସ୍ୱପ୍ନ ଥିଲା । ତାଙ୍କର ଏକ ଛୋଟ ଓ କ୍ଷଣ ଭଙ୍ଗୁର ଜୀବନ ଥିଲା । ଏହି ସ୍ୱପ୍ନକୁ ସତ କରିବାକୁ ମୁଁ ଓ ମୋର ସମସ୍ତ ଭଉଣୀ ଏକଜୁଟ ହୋଇଛୁ ବୋଲି ମଧ୍ୟ କହିଛନ୍ତି ।
ଈଶ୍ୱରଙ୍କ ଆଶୀର୍ବାଦ ଓ ମୋର ସହଯୋଗୀ, ଅରବିନ୍ଦଜି, ପ୍ରଶାନ୍ତ ଓ ବିନୟଙ୍କ ସମର୍ପଣ ସହ ଏହି ବାୟୋପିକ ଏକ ସଫଳ ବାୟୋପିକ ହେବ ବୋଲି ସେ ଆଶା ରଖିଥିବା ପ୍ରକାଶ କରିଛନ୍ତି । ଏହାସହ ସେ ସମସ୍ତଙ୍କ ଆଶୀର୍ବାଦ ଲୋଡିଛନ୍ତି । ମଧୁର ଆହୁରି ମଧ୍ୟ କହିଛନ୍ତି ଫିଲ୍ମ ଉାଦ୍ଦ୍ୟାଗ ଭିତରେ ଓ ବାହାରେ ମୋର ସମସ୍ତଙ୍କୁ ଅନୁରୋଧ ମୋର ବିନା ଅନୁମତିରେ କୌଣସି କଥା କରାଯିବ ନାହିଁ ।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ବାୟୋପିକର ନିର୍ମାଣ ମଧୁବାଲା ଭେଞ୍ଚର୍ସ ପ୍ରାଇଭେଟ ଲିମିଟେଡର ସହଯୋଗରେ ଶୀର୍ଷ ଷ୍ଟୁଡିଓ/ପ୍ରଡକସନ ହାଉସ ଦ୍ୱାରା କରାଯାଉଛି ।
୧୯୬୯ରେ ମଧୁବାଲାଙ୍କର ମାତ୍ର ୩୬ ବର୍ଷ ବୟସରେ ପରଲୋକ ହୋଇଥିଲା । ୫୦ଦଶକରେ ସେ ବଲିଉଡର ଜଣେ ଆଗଧାଡିର ନୟିକା ଥିଲେ । ଏହାସହ ସେ ହଲିଉଡରେ ବି ସ୍ଥାନ ପାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri