ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ ଚେତାବନୀ

ହିଞ୍ଜିଳିକାଟୁ,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଲ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ହିଞ୍ଜିଳିକାଟୁ ବ୍ଲକର ସମସ୍ତ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ବିଭିନ୍ନ ଦାବି ସରକାରଙ୍କ ପାଖରେ ଉପସ୍ଥାପନା କରି ଆସୁଛନ୍ତି। କିନ୍ତୁ ସରକାର ସେମାନଙ୍କ ଦାବି ପ୍ରତି ଗୁରୁତ୍ୱ ଦେଉନାହାନ୍ତି। ତେଣୁ ବୁଧବାର ପୁନର୍ବାର ଦାବିପତ୍ର ପ୍ରଦାନ କରିବା ଖୁବ୍‌ଶୀଘ୍ର ଦାବି ପୂରଣ ପ୍ରତି ଗୁରୁତ୍ୱ ଦେଇ ଆସନ୍ତା ୩୦ ସୁଦ୍ଧା ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବା ସହ ସମସ୍ତ କାର୍ଯ୍ୟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଦାବିପତ୍ରରେ ସମସ୍ତ ଅଙ୍ଗନଓ୍ବାଡି କର୍ମୀଙ୍କୁ ପୋଷଣ ଟ୍ରାକର ପାଇଁ ମାସିକ ୫ଶହ ଟଙ୍କାର ନେଟ୍‌ ପ୍ୟାକ, ଅଣ୍ଡା ଓ ଚାଉଳ ଠିକ୍‌ ଭାବରେ ଯୋଗାଉ ନ ଥିବା, ଏଚ୍‌ଆର ଟଙ୍କା ମିଳି ନ ଥିବା ନେଇ ଅଭିଯୋଗ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ୧୫ ହଜାର, ଅବସରକାଳୀନ ଭତ୍ତା ବୃଦ୍ଧି, ନୂଆ ଶିକ୍ଷାନୀତିର ସ୍ପଷ୍ଟୀକରଣ ଦିଆଯିବାକୁ ମଧ୍ୟ ଦାବି ହୋଇଛି। ହିଞ୍ଜିଳିକାଟୁ ବ୍ଲକ ସଭାନେତ୍ରୀ ବବିତା ଗନ୍ତାୟତ ଓ ସମ୍ପାଦିକା ସୁଜାତା ସାହୁଙ୍କ ତତ୍ତ୍ୱାବଧାନରେ ହିଞ୍ଜିଳିକାଟୁ ବ୍ଲକର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଯୋଗ ଦେଇ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri