ଲୋକଙ୍କ ଜୀବନ ସୁରକ୍ଷା ପାଇଁ କାମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭(ବ୍ୟୁରୋ)-ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମହାମାରୀ ମୁକାବିଲା ପାଇଁ ବିଜେଡି ବିଧାୟକମାନଙ୍କୁ ୮ ସୂତ୍ରୀ କୋଭିଡ୍‌ ମୁକାବିଲା ମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ ବିଧାୟକମାନଙ୍କୁ କହିଛନ୍ତି ଯେ, ବର୍ତ୍ତମାନ ମାନବଜାତି ଏକ ଅଭୂତପୂର୍ବ ସଙ୍କଟ ଦେଇ ଗତି କରୁଛି। କରୋନା ମହାମାରୀ ସାଧାରଣ ଜୀବନରେ ସବୁଠାରୁ ବଡ଼ ଆହ୍ବାନ ଭାବେ ଦେଖାଦେଇଛି। ସମସ୍ତ ବିଧାୟକ ନିଜ ନିଜ ଅଞ୍ଚଳର ନେତୃତ୍ୱ ନେଉଛନ୍ତି। ନିଜ ଅଞ୍ଚଳରେ ମଧ୍ୟ ବିଧାୟକମାନଙ୍କର ବିଶେଷ ଖାତିର ରହିଛି। ଏହି ସଙ୍କଟ ସମୟରେ ଲୋକମାନେ ବିଧାୟକମାନଙ୍କ ଠାରୁ ଅନେକ କିଛି ଆଶା ରଖିଛନ୍ତି। ବିଧାୟକ ହିସାବରେ ନିଜ ଅଞ୍ଚଳରେ ଅନେକ ବିକାଶ କାମ କରି ଥାଇପାରନ୍ତି। କିନ୍ତୁ କରୋନା ମହାମାରୀ ସବୁଠାରୁ ବଡ଼ ଆହ୍ବାନ ଭାବେ ଉଭାହୋଇଛି। ଲୋକଙ୍କ ଜୀବନ ଓ ମୃତ୍ୟୁ ସହିତ ଏକ ଆହ୍ବାନ ରହିଛି। ଏହି ମହାମାରୀରେ ଲୋକଙ୍କ ସେବା କରିବା ତଥା ସେମାନଙ୍କ ଜୀବନକୁ ନିରାପଦ କରିବା ପାଇଁ ଆଗ ଅପେକ୍ଷା ଅନେକ ସୁଯୋଗ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ବିଧାୟକମାନେ ଅଧିକ ଯତ୍ନବାନ୍‌ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏଭଳି ସଙ୍କଟ ପରସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକଙ୍କ ଉପରେ ୮ ସୂତ୍ରୀ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ବିଜେଡି ଜୀବନ ବିନ୍ଦୁ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ସହ ପ୍ରତି ଗାଁରେ ଥିବା ବିଜେଡିର ସବୁ କର୍ମୀମାନେ କୋଭିଡ୍‌ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମରେ ସ୍ବେଚ୍ଛାସେବୀ ଭାବେ କାର୍ଯ୍ୟ କରିବା ଦରକାର। ବୟସ୍କ ଲୋକଙ୍କ ପାଇଁ ଏହି ସମୟ ମଧ୍ୟରେ ଅଧିକ ବିପଦ ରହିଛି। ତେଣୁ ଆମେ ସେମାନଙ୍କର ଉପଯୁକ୍ତ ଯତ୍ନ ନେବା ଦରକାର। ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ନିଜ ଦଳର ଜନପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗହଳି ସ୍ଥାନକୁ ଯିବା ନାହିଁ କିମ୍ବା ଗହଳି କରିବା ନାହିଁ। କିନ୍ତୁ ଲୋକଙ୍କ ସହ ଯୋଡି ହେବା ପାଇଁ ଆଧୁନିକ ଜ୍ଞାନ କୌଶଳ ବ୍ୟବହାର କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଓ୍ବାର୍ଡସ୍ତରରେ ଗଢ଼ାଯାଇଥିବା ୫୦ ହଜାର କୋଭିଡ୍‌ କେୟାର କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏ ଯୋଗାଇ ଦିଆଯାଇଛି। ପ୍ରତି ପଞ୍ଚାୟତରେ କୋଭିଡ୍‌ କେୟାର ରହିବ। ଏଥିପାଇଁ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ଜୀବନ ଜୀବିକା ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଧିକ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri