ଲୋକଙ୍କ ଜୀବନ ସୁରକ୍ଷା ପାଇଁ କାମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭(ବ୍ୟୁରୋ)-ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମହାମାରୀ ମୁକାବିଲା ପାଇଁ ବିଜେଡି ବିଧାୟକମାନଙ୍କୁ ୮ ସୂତ୍ରୀ କୋଭିଡ୍‌ ମୁକାବିଲା ମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ ବିଧାୟକମାନଙ୍କୁ କହିଛନ୍ତି ଯେ, ବର୍ତ୍ତମାନ ମାନବଜାତି ଏକ ଅଭୂତପୂର୍ବ ସଙ୍କଟ ଦେଇ ଗତି କରୁଛି। କରୋନା ମହାମାରୀ ସାଧାରଣ ଜୀବନରେ ସବୁଠାରୁ ବଡ଼ ଆହ୍ବାନ ଭାବେ ଦେଖାଦେଇଛି। ସମସ୍ତ ବିଧାୟକ ନିଜ ନିଜ ଅଞ୍ଚଳର ନେତୃତ୍ୱ ନେଉଛନ୍ତି। ନିଜ ଅଞ୍ଚଳରେ ମଧ୍ୟ ବିଧାୟକମାନଙ୍କର ବିଶେଷ ଖାତିର ରହିଛି। ଏହି ସଙ୍କଟ ସମୟରେ ଲୋକମାନେ ବିଧାୟକମାନଙ୍କ ଠାରୁ ଅନେକ କିଛି ଆଶା ରଖିଛନ୍ତି। ବିଧାୟକ ହିସାବରେ ନିଜ ଅଞ୍ଚଳରେ ଅନେକ ବିକାଶ କାମ କରି ଥାଇପାରନ୍ତି। କିନ୍ତୁ କରୋନା ମହାମାରୀ ସବୁଠାରୁ ବଡ଼ ଆହ୍ବାନ ଭାବେ ଉଭାହୋଇଛି। ଲୋକଙ୍କ ଜୀବନ ଓ ମୃତ୍ୟୁ ସହିତ ଏକ ଆହ୍ବାନ ରହିଛି। ଏହି ମହାମାରୀରେ ଲୋକଙ୍କ ସେବା କରିବା ତଥା ସେମାନଙ୍କ ଜୀବନକୁ ନିରାପଦ କରିବା ପାଇଁ ଆଗ ଅପେକ୍ଷା ଅନେକ ସୁଯୋଗ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ବିଧାୟକମାନେ ଅଧିକ ଯତ୍ନବାନ୍‌ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏଭଳି ସଙ୍କଟ ପରସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକଙ୍କ ଉପରେ ୮ ସୂତ୍ରୀ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ବିଜେଡି ଜୀବନ ବିନ୍ଦୁ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ସହ ପ୍ରତି ଗାଁରେ ଥିବା ବିଜେଡିର ସବୁ କର୍ମୀମାନେ କୋଭିଡ୍‌ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମରେ ସ୍ବେଚ୍ଛାସେବୀ ଭାବେ କାର୍ଯ୍ୟ କରିବା ଦରକାର। ବୟସ୍କ ଲୋକଙ୍କ ପାଇଁ ଏହି ସମୟ ମଧ୍ୟରେ ଅଧିକ ବିପଦ ରହିଛି। ତେଣୁ ଆମେ ସେମାନଙ୍କର ଉପଯୁକ୍ତ ଯତ୍ନ ନେବା ଦରକାର। ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ନିଜ ଦଳର ଜନପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗହଳି ସ୍ଥାନକୁ ଯିବା ନାହିଁ କିମ୍ବା ଗହଳି କରିବା ନାହିଁ। କିନ୍ତୁ ଲୋକଙ୍କ ସହ ଯୋଡି ହେବା ପାଇଁ ଆଧୁନିକ ଜ୍ଞାନ କୌଶଳ ବ୍ୟବହାର କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଓ୍ବାର୍ଡସ୍ତରରେ ଗଢ଼ାଯାଇଥିବା ୫୦ ହଜାର କୋଭିଡ୍‌ କେୟାର କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏ ଯୋଗାଇ ଦିଆଯାଇଛି। ପ୍ରତି ପଞ୍ଚାୟତରେ କୋଭିଡ୍‌ କେୟାର ରହିବ। ଏଥିପାଇଁ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ଜୀବନ ଜୀବିକା ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଧିକ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri