ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ ତାଲା ମାରି ରାଜ୍ୟ ବାହାରକୁ ଯାଇଛନ୍ତି । ୩୨ ହଜାର ଦାଦନ ଶ୍ରମିକଙ୍କୁ ଜିଲା ପ୍ରଶାସନ ରାଜ୍ୟ ବାହାରକୁ ରୋକିବାରେ ସଫଳ ହୋଇଛି। ଯେଉଁମାନଙ୍କୁ ରୋକାଯାଇଛି ସେମାନଙ୍କୁ ଜିଲା ଭିତରେ କାମ ଯୋଗାଇ ଦିଆଯାଇ ଆତ୍ମନିର୍ଭରଶୀଳ କରାଯିବ। ଯୋଜନା ସଠିକ୍‌ କାର୍ଯ୍ୟକାରୀ ହେଲେ ଜିଲା ଭିତରେ ଶ୍ରମିକ ପରିବାର ଆତ୍ମନିର୍ଭରଶୀଳ ହେବେ। ଏହାପରେ ରାଜ୍ୟ ବାହାରକୁ ଯାଇଥିବା ଦାଦନ ଜିଲାକୁ ଫେରାଇବା ଯୋଜନା କରାଯିବ। ବିକଶିତ ଭାରତ ଗ୍ୟାରେଣ୍ଟି ହିଁ ରୋଜଗାର ଏବଂ ଜୀବିକା ମିଶନ ଗ୍ରାମୀଣ (ଭିବି-ଜି ରାମ ଜି) ଯୋଜନା ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ପଳାୟନ ରୋକିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ
ନାଏକ ଶୁକ୍ରବାର ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ପ୍ରେକ୍ଷାଳୟରେ ଅନୁଷ୍ଠିତ ଭିବି-ଜି ରାମ ଜି ଆଇନ ଓ ସମ୍ପର୍କିତ ଏକ କର୍ମଶାଳାରେ କହିଥିଲେ। ଏହି କର୍ମଶାଳାରେ ବଲାଙ୍ଗୀର ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଅତିଥି ଭାବେ ଯୋଗଦେଇ କହିଥିଲେ, ଭିବି-ଜି ରାମ ଜି ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଜଣାଇବା ସକାଶେ ପ୍ରଧାନମନ୍ତ୍ରୀ ମୋଦି ଏମ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମାଧ୍ୟମରେ ଗରିବ ଶ୍ରେଣୀର ଲୋକଙ୍କ ଉନ୍ନତି ଦେବା ସହ ଗାଁରେ ବିକାଶ ପ୍ରକଳ୍ପ ତିଆରି କରାଯାଇପାରିବ ବୋଲି କହିଥିଲେ। ଏହି କର୍ମଶାଳାରେ ଅତିଥି ଭାବରେ ଟିଟିଲାଗଡ ବିଧାୟକ ନବୀନ ଜୈନ ଯୋଗଦେଇଥିଲ। ଜିଲାପାଳ ଗୌରବ ଶିୱାଜି ଓ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା ଓ ଜିଲାର ସମସ୍ତ ବିଡିଓ ଓ ଅନ୍ୟ ସହଯୋଗୀ କର୍ମଚାରୀ ଯୋଗଦାନ କରିଥିଲେ। ଏହି ଅବସରରେ ଜିଲାରେ ଏମ୍‌ଜିଏନଆଇଜିଏ ଯୋଜନାରେ ସବୁଠୁ ବେଶୀ ଦିନ କାମ କରିଥିବା ଶ୍ରମିକଙ୍କୁ ଛତା ଏବଂ ଉପାୟନ ଦେଇ ପୁରସ୍କୃତ କରାଯାଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri