ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଶ୍ରମିକ ସଞ୍ଜୟ ପ୍ରଧାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ବାବୁ ମଲିକ୍ ଗୁରୁତର ଭାବେ ଆହତ ହୋଇଥିଲେ । ବାବୁଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଦୁଃଖଦ ଘଟଣା ପରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଭଞ୍ଜନଗର ପୋଲିସ ଏନେଇ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି ।

ଭଞ୍ଜନଗର ଦଶପଲ୍ଲା ଜାତୀୟ ରାଜପଥରେ ତ୍ରୁଟିପୂର୍ଣ୍ଣ କଲଭର୍ଟ ନିର୍ମାଣ ପାଇଁ ଏତେବଡ ଦୁର୍ଘଟଣା ଘଟିଲା ବୋଲି ସମ୍ପୃକ୍ତ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଘଟଣାରୁ ପ୍ରକାଶ ଯେ ଗାଲେରୀ ଫାଣ୍ଡି ଅନ୍ତର୍ଗତ ହରିଗଡ ନିକଟସ୍ଥ ଚଢ଼େୟାପଲ୍ଲୀର ସାଗର ମଲିକଙ୍କ ଘରକୁ ବୁଧବାର ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ବାଉଁଶମଣି ଗ୍ରାମର ସଙ୍ଗାତ ସଞ୍ଜୟ ପ୍ରଧାନ ଯାଇଥିଲେ। ରାତିରେ ସଞ୍ଜୟ ପ୍ରଧାନ, ସାଗର ମଲ୍ଲିକ ଓ ସାଗରଙ୍କ ଭଣଜା ବାବୁ
ମିଶି ଦୁଇଟି ବାଇକରେ ଦଣ୍ଡନାଚ ଦେଖିବାକୁ ଭଞ୍ଜନଗର ନିକଟସ୍ଥ ଉଲୁଦନ ଅଭିମୁଖେ ଆସିଥିଲେ । ନାଚ ଦେଖିବା ପରେ ବାବୁ ଓ ସଞ୍ଜୟ କୁଲାଡ ଅଭିମୁଖେ ଫେରୁଥିଲେ। କୁଲାଡରେ ସଞ୍ଜୟ କାମ କରୁଥିବା ଯୋଗୁଁ ରାତିରେ କ୍ୟାମ୍ପକୁ ଫେରୁଥିବା ବେଳେ ବାଟରେ କୋଟିବିରାଡ଼ି ଗ୍ରାମ ଛକ ନିକଟର ଗୋଲେଇରେ ଥିବା କଳଭର୍ଟରେ ସେମାନଙ୍କ ବାଇକ୍ ଧକ୍କା ହୋଇଥିଲା। ଏହାପରେ ଖବର ପାଇ ନାଚ ଦେଖୁଥିବା ସାଗର ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ୍ ଆଣିଥିଲେ। ମେଡିକାଲରେ ସଞ୍ଜୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଗୁରୁତର ଆହତ ବାବୁଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ନିଆଯାଇଛି । ସେଠାରେ ତାଙ୍କର ଆଇସିୟୁରେ ଚିକିତ୍ସା ଚାଲିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri