ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ମୃତ, ରାସ୍ତାରୋକୋ

ଫୁଲବାଣୀ,୮ା୭(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ଗୁରୁବାର ରାତିରେ ମୃତ୍ୟୁ ଘଟିଛି ା ସେ ହେଲେ ସ୍ଥାନୀୟ ମାଷ୍ଟରପଡାର ଜିତେନ୍ଦ୍ର ଦାସ ଓରଫ ରବିା କାମ କଲା ବେଳେ ସେ କିପରି ଏବଂ କାହିଁକି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ବିଭାଗୀୟ ଅଧିକାରୀ ତାହାର ସ୍ପଷ୍ଟ ଉତ୍ତର ଦେଇ ପାରୁନାହାନ୍ତି। ଜିତେନ୍ଦ୍ରଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା ା ଉତ୍ତ୍ୟକ୍ତ ଲୋକେ ରାତିରେ ଗାନ୍ଧୀ ଛକରେ ରାସ୍ତାରୋକୋ କରିବା ସହ କ୍ଷତିପୂରଣ ଦାବି କରିଥିଲେ ା ପୋଲିସ ଘଟଣାସ୍ଥଳକୁ ଯାଇ ସେମାନଙ୍କୁ ବୁଝାଶୁଝା କରିବା ସହ କ୍ଷତିପୂରଣ ପ୍ରଦାନ ଲାଗି ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଥିଲା ା
ଗୁରୁବାର ରାତିରେ ସଞ୍ଜୟ ସ୍ମୃତି ମହିଳା ମହାବିଦ୍ୟାଳୟ ଅଞ୍ଚଳରେ ବିଦ୍ୟୁତ ଚାଲିଯାଇଥିଲା। ଲୋକେ ବିଦ୍ୟୁତ ବିଭାଗକୁ ଖବର ଦେଇଥିଲେ ା ୪/୫ ଜଣ କର୍ମଚାରୀ ଆସି ମହିଳା ମହାବିଦ୍ୟାଳୟ ପରିସରରେ ଥିବା ଟ୍ରାନ୍ସଫର୍ମରରେ ଚଢି ମରାମତି କରୁଥିଲେ। ଏହି ସମୟରେ ହଠାତ ବିଦ୍ୟୁତ୍‌ ଆସିଯିବାରୁ ତାହା ସଂସ୍ପର୍ଶରେ ଆସି ଜିତେନ୍ଦ୍ର ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଲୋକେ ଏହି ଖବରପାଇ ଗାନ୍ଧୀ ଛକଠାରେ ମୁଖ୍ୟ ରାସ୍ତା ଅବରୋଧ କରି ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ସହ ଜିତେନ୍ଦ୍ରଙ୍କ ସ୍ତ୍ରୀଙ୍କୁ ଚାକିରି ଦେବାକୁ ଦାବି କରିଥିଲେ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା। ରାତି ପ୍ରାୟ ୪ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରାଯିବା ଫଳରେ ଭୁବନେଶ୍ୱର, ବ୍ରହ୍ମପୁର ଆଦିକୁ କୌଣସି ଗାଡି ଯାଇ ପାରିନ ଥିଲା। ଶେଷରେ ଟାଟା ପାୱାରର ଠିକାଦାର ସଂସ୍ଥା ପକ୍ଷରୁ ଦୁଇ କର୍ମଚାରୀଙ୍କ ସହ ସ୍ଥାନୀୟ ଲୋକ ଥାନା ପରିସରରେ ବସି ଆଲୋଚନା କରିଥିଲେ ା ମୃତଦେହ ସକତ୍ାର ଓ ଦଶାହ କର୍ମ ପାଇଁ ଏକ ଲକ୍ଷ ଟଙ୍କା ସହ ବୀମା ବାବଦରେ ୧୫ ଲକ୍ଷ ଓ ଜିତେନ୍ଦ୍ରଙ୍କ ସ୍ତ୍ରୀଙ୍କୁ ଚାକିରି ଦେବାକୁ ଲିଖିତ ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା ା ଜିତେନ୍ଦ୍ରଙ୍କର ଦୁଇଟି ଝିଅ ଅଛନ୍ତି। ଗୋଟିଏ ଝିଅର ବୟସ ୫ ବର୍ଷ ବେଳେ ଅନ୍ୟ ଜଣକୁ ୨ ବର୍ଷ ବୋଲି ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri