ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ମୃତ, ରାସ୍ତାରୋକୋ

ଫୁଲବାଣୀ,୮ା୭(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ଗୁରୁବାର ରାତିରେ ମୃତ୍ୟୁ ଘଟିଛି ା ସେ ହେଲେ ସ୍ଥାନୀୟ ମାଷ୍ଟରପଡାର ଜିତେନ୍ଦ୍ର ଦାସ ଓରଫ ରବିା କାମ କଲା ବେଳେ ସେ କିପରି ଏବଂ କାହିଁକି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ବିଭାଗୀୟ ଅଧିକାରୀ ତାହାର ସ୍ପଷ୍ଟ ଉତ୍ତର ଦେଇ ପାରୁନାହାନ୍ତି। ଜିତେନ୍ଦ୍ରଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା ା ଉତ୍ତ୍ୟକ୍ତ ଲୋକେ ରାତିରେ ଗାନ୍ଧୀ ଛକରେ ରାସ୍ତାରୋକୋ କରିବା ସହ କ୍ଷତିପୂରଣ ଦାବି କରିଥିଲେ ା ପୋଲିସ ଘଟଣାସ୍ଥଳକୁ ଯାଇ ସେମାନଙ୍କୁ ବୁଝାଶୁଝା କରିବା ସହ କ୍ଷତିପୂରଣ ପ୍ରଦାନ ଲାଗି ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଥିଲା ା
ଗୁରୁବାର ରାତିରେ ସଞ୍ଜୟ ସ୍ମୃତି ମହିଳା ମହାବିଦ୍ୟାଳୟ ଅଞ୍ଚଳରେ ବିଦ୍ୟୁତ ଚାଲିଯାଇଥିଲା। ଲୋକେ ବିଦ୍ୟୁତ ବିଭାଗକୁ ଖବର ଦେଇଥିଲେ ା ୪/୫ ଜଣ କର୍ମଚାରୀ ଆସି ମହିଳା ମହାବିଦ୍ୟାଳୟ ପରିସରରେ ଥିବା ଟ୍ରାନ୍ସଫର୍ମରରେ ଚଢି ମରାମତି କରୁଥିଲେ। ଏହି ସମୟରେ ହଠାତ ବିଦ୍ୟୁତ୍‌ ଆସିଯିବାରୁ ତାହା ସଂସ୍ପର୍ଶରେ ଆସି ଜିତେନ୍ଦ୍ର ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଲୋକେ ଏହି ଖବରପାଇ ଗାନ୍ଧୀ ଛକଠାରେ ମୁଖ୍ୟ ରାସ୍ତା ଅବରୋଧ କରି ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ସହ ଜିତେନ୍ଦ୍ରଙ୍କ ସ୍ତ୍ରୀଙ୍କୁ ଚାକିରି ଦେବାକୁ ଦାବି କରିଥିଲେ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା। ରାତି ପ୍ରାୟ ୪ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରାଯିବା ଫଳରେ ଭୁବନେଶ୍ୱର, ବ୍ରହ୍ମପୁର ଆଦିକୁ କୌଣସି ଗାଡି ଯାଇ ପାରିନ ଥିଲା। ଶେଷରେ ଟାଟା ପାୱାରର ଠିକାଦାର ସଂସ୍ଥା ପକ୍ଷରୁ ଦୁଇ କର୍ମଚାରୀଙ୍କ ସହ ସ୍ଥାନୀୟ ଲୋକ ଥାନା ପରିସରରେ ବସି ଆଲୋଚନା କରିଥିଲେ ା ମୃତଦେହ ସକତ୍ାର ଓ ଦଶାହ କର୍ମ ପାଇଁ ଏକ ଲକ୍ଷ ଟଙ୍କା ସହ ବୀମା ବାବଦରେ ୧୫ ଲକ୍ଷ ଓ ଜିତେନ୍ଦ୍ରଙ୍କ ସ୍ତ୍ରୀଙ୍କୁ ଚାକିରି ଦେବାକୁ ଲିଖିତ ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା ା ଜିତେନ୍ଦ୍ରଙ୍କର ଦୁଇଟି ଝିଅ ଅଛନ୍ତି। ଗୋଟିଏ ଝିଅର ବୟସ ୫ ବର୍ଷ ବେଳେ ଅନ୍ୟ ଜଣକୁ ୨ ବର୍ଷ ବୋଲି ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri