ଦୁବାଇକୁ ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୨୭।୪(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ ସୁଦୂର ଦୁବାଇକୁ ଯାଇଥିଲେ। ହାର୍ଟ ଚୋକରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦକୋଟ ଗ୍ରାମରୁ ଏହି ଘଟଣା ସାମ୍ନାକୁ ଆସିଛି। ଗ୍ରାମର ମର୍ଦ୍ଦକୋଟ ଛକ ସାହିର ୫୦ ବର୍ଷୀୟ ଧୃବ ଚରଣ ବରାଡ ଦୁବାଇରେ ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ଗତ ବିଳମ୍ବିତ ରାତିରେ ତାଙ୍କର ହାର୍ଟ ଚୋକରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବର ପାଇବା ପରେ ପରିବାର ତଥା ଗାଁ ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଅନୁସାରେ, ୧ ବର୍ଷ ତଳେ ଝିଅ ବାହାଘର ପାଇଁ ଗାଁ କୁ ଆସିଥିଲେ ଧୃବ। ଝିଅ ବାହାଘର ସାରି ପୁଣି ଫେରି ଯାଇଥିଲେ ଦୁବାଇ। ଦୀର୍ଘ ୮ ବର୍ଷ ଧରି ସେଠାରେ ସେ କାର୍ଯ୍ୟ କରୁଥିବା ବେଳେ ଏବେ ତାଙ୍କର ମୃତ୍ୟୁକୁ ନେଇ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ। ତାଙ୍କ ମୃତଦେହକୁ ଗାଁକୁ ଆଣିବା ପାଇଁ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି ମୃତକଙ୍କ ପୁଅ ଓ ସଂପର୍କୀୟ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri