ବେଆଇନ ପଥର ଖାଦାନରେ ଶ୍ରମିକ ମୃତ

ଯାଜପୁର ଅଫିସ/ଚଢେଇଧରା/ ଜେନାପୁର (ଡି.ଏନ.ଏ.),୨୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ କଳାପଥର ଖାଦାନ ପାଇଁ କେବଳ ରାଜସ୍ବ ଲୁଟ ହେଉନାହିଁ, ବରଂ ଶ୍ରମିକମାନଙ୍କ ଜୀବନ ମଧ୍ୟ ଯାଉଛି। ଏଭଳି ସମ୍ବେଦନଶୀଳ ଘଟଣାଗୁଡିକୁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ରୂପ ଦେଇ ଲିଜ୍‌ଧାରୀମାନେ ଚାପି ଦେଉଛନ୍ତି। ଜେନାପୁର ଥାନା ଅନ୍ତର୍ଗତ ଡଙ୍କାରୀ ପାହାଡ଼ର ନିରଞ୍ଜନ ରାଉତଙ୍କ ଏକ ବେଆଇନ ଖାଦାନରେ ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆନ୍ଧ୍ରପ୍ରଦେଶ ଅନ୍ତପୁରମ ଜିଲା କଲ୍ୟାଣଦୁଙ୍ଗ ଅଞ୍ଚଳର ବୋୟା ଥିପେସ୍ବନୀ (୫୨) ବୋଲି ସୂଚନା ମିଳିଛି । ଏହି ମୃତକ ଶ୍ରମିକ ୱାଗନ ବ୍ଲାଷ୍ଟିଂରେ ମେକାନିକ ଅପରେଟର ଭାବେ କାମ କରୁଥିଲେ। ବେଆଇନ ବ୍ଲାଷ୍ଟିଂରେ ତାଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଲିଜ୍‌ଧାରୀ ଓ ତାଙ୍କ ସମର୍ଥକମାନେ ଏହାକୁ ଲୁଚାଇବାକୁ ଯାଇ ଅଂଶୁଘାତରେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ବୋଲି ସଫେଇ ଦେଉଥିବା ସୂଚନା ମିଳିଛି। ଜେନାପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ କହିଛି ା
ଟଙ୍କା ଏବଂ ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍‌ଜାରେ ସଂରକ୍ଷିତ ଜଙ୍ଗଲର ଲଘୁ ଖଣିଜ ଦ୍ରବ୍ୟ ରହିଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ତଥା ଜେନାପୁର ଥାନା ଅଞ୍ଚଳରେ ଥିବା ଶତାଧିକ ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଖାଦାନରେ ଏହା ଜଳଜଳ ହୋଇ ଦିଶୁଛି ା ପ୍ରଶାସନ ନିଜର ସ୍ବାର୍ଥ ସାଧନ ପାଇଁ ବେଆଇନ ଖାଦାନ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଚୁପ୍‌ ବସିଛି ା ବଳଙ୍ଗ ରାଜସ୍ବ ନୀରିକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ଯାଜପୁର ଅତିରିକ୍ତ ଜିଲାପାଳ(ଏଡିଏମ୍‌)ଙ୍କୁ ଦେଇଥିବା ରିପୋର୍ଟରେ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଆଦି ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବ୍‌ଜାରେ ରହିଛି ା ଏନେଇ ରାଜସ୍ବ ବିଭାଗ ପକ୍ଷରୁ ଜଙ୍ଗଲ ବିଭାଗର କଟକ ଡିଭିଜନ ଡିଏଫ୍‌ଓଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଛି। କିନ୍ତୁ କେତେକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ଏହି ବେଆଇନ କାରବାର ଚାଲିଥିବାରୁ ସାଧାରଣ ଗରିବ ଲୋକଙ୍କ ଜୀବନ ଯାଉଥିବା ମତପ୍ରକାଶ ପାଇଛି। ଏଇ ୭ ବର୍ଷ ମଧ୍ୟରେ ୨୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ଜୀବନ ଗଲାଣି। ହେଲେ ମୃତକ ଶ୍ରମିକଙ୍କ ପରିବାର ଲୋକଙ୍କୁ କିଛି ପ୍ରଲୋଭନ ଦେଇ ଘଟଣାଗୁଡିକୁ ଚାପି ଦେବାରେ ସଫଳ ହେଉଛନ୍ତି। ୨୦୨୦ ଅକ୍ଟୋବରରେ ପଥର ଖାଦାନ ଓ କମ୍ପ୍ରେସର ମାଲିକ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରି ଗମ୍ଭାରିଆ ଗ୍ରାମର ମୃତ ଶ୍ରମିକ ମଦନ ବାର୍ଲାଙ୍କ ମୃତଦେହକୁ ବିଛାଖଣ୍ଡି ନିକଟ ଏକ କାଜୁ ବଗିଚାରେ ପୋଡ଼ି ଦେଇଥିଲେ। ଜେନାପୁର ଥାନା ପୋଲିସ ଏହି ଘଟଣା ସଂକ୍ରାନ୍ତରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ନିଜ ତରଫରୁ ଏକ ମାମଲା(ନଂ.୩୧୮/୨୬ା୯ା୨୦୨୦) ରୁଜୁ କରି ଧାରା ୨୮୭/୩/୩୩୭/୩୦୪(ଏ)/୨୦୧/୧୭୬/୩୭୯/୫୧୧/୩୪ ଆଇପିସି/୨୧ ଏମଏମଡିଆର ଆକ୍ଟରେ ବେଆଇନ ପଥର ଖାଦାନର ମାଲିକ ଅଞ୍ଚଳ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୂର୍ବରୁ ଏକାଧିକ ମୃତକ ଶ୍ରମିକଙ୍କ ରହସ୍ୟ ଏଯାଏ ପର୍ଦ୍ଦାଫାସ ହୋଇ ପାରିନାହିଁ। ଏ ସଂକ୍ରାନ୍ତରେ ଚଢେଇଧରା ଫାଣ୍ଡି ଅଧିକାରୀ ବାସୁଦେବ ପରିଡ଼ା କହିଛନ୍ତି ପୋଷ୍ଟମର୍ଟମ ରିପୋର୍ଟ ଆସିଲା ପରେ ମୃତ୍ୟୁର ବାସ୍ତବ କାରଣ ଜଣାପଡିବ। ଏବେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri