ବେଆଇନ ପଥର ଖାଦାନରେ ଶ୍ରମିକ ମୃତ

ଯାଜପୁର ଅଫିସ/ଚଢେଇଧରା/ ଜେନାପୁର (ଡି.ଏନ.ଏ.),୨୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ କଳାପଥର ଖାଦାନ ପାଇଁ କେବଳ ରାଜସ୍ବ ଲୁଟ ହେଉନାହିଁ, ବରଂ ଶ୍ରମିକମାନଙ୍କ ଜୀବନ ମଧ୍ୟ ଯାଉଛି। ଏଭଳି ସମ୍ବେଦନଶୀଳ ଘଟଣାଗୁଡିକୁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ରୂପ ଦେଇ ଲିଜ୍‌ଧାରୀମାନେ ଚାପି ଦେଉଛନ୍ତି। ଜେନାପୁର ଥାନା ଅନ୍ତର୍ଗତ ଡଙ୍କାରୀ ପାହାଡ଼ର ନିରଞ୍ଜନ ରାଉତଙ୍କ ଏକ ବେଆଇନ ଖାଦାନରେ ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆନ୍ଧ୍ରପ୍ରଦେଶ ଅନ୍ତପୁରମ ଜିଲା କଲ୍ୟାଣଦୁଙ୍ଗ ଅଞ୍ଚଳର ବୋୟା ଥିପେସ୍ବନୀ (୫୨) ବୋଲି ସୂଚନା ମିଳିଛି । ଏହି ମୃତକ ଶ୍ରମିକ ୱାଗନ ବ୍ଲାଷ୍ଟିଂରେ ମେକାନିକ ଅପରେଟର ଭାବେ କାମ କରୁଥିଲେ। ବେଆଇନ ବ୍ଲାଷ୍ଟିଂରେ ତାଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଲିଜ୍‌ଧାରୀ ଓ ତାଙ୍କ ସମର୍ଥକମାନେ ଏହାକୁ ଲୁଚାଇବାକୁ ଯାଇ ଅଂଶୁଘାତରେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ବୋଲି ସଫେଇ ଦେଉଥିବା ସୂଚନା ମିଳିଛି। ଜେନାପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ କହିଛି ା
ଟଙ୍କା ଏବଂ ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍‌ଜାରେ ସଂରକ୍ଷିତ ଜଙ୍ଗଲର ଲଘୁ ଖଣିଜ ଦ୍ରବ୍ୟ ରହିଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ତଥା ଜେନାପୁର ଥାନା ଅଞ୍ଚଳରେ ଥିବା ଶତାଧିକ ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଖାଦାନରେ ଏହା ଜଳଜଳ ହୋଇ ଦିଶୁଛି ା ପ୍ରଶାସନ ନିଜର ସ୍ବାର୍ଥ ସାଧନ ପାଇଁ ବେଆଇନ ଖାଦାନ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଚୁପ୍‌ ବସିଛି ା ବଳଙ୍ଗ ରାଜସ୍ବ ନୀରିକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ଯାଜପୁର ଅତିରିକ୍ତ ଜିଲାପାଳ(ଏଡିଏମ୍‌)ଙ୍କୁ ଦେଇଥିବା ରିପୋର୍ଟରେ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଆଦି ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବ୍‌ଜାରେ ରହିଛି ା ଏନେଇ ରାଜସ୍ବ ବିଭାଗ ପକ୍ଷରୁ ଜଙ୍ଗଲ ବିଭାଗର କଟକ ଡିଭିଜନ ଡିଏଫ୍‌ଓଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଛି। କିନ୍ତୁ କେତେକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ଏହି ବେଆଇନ କାରବାର ଚାଲିଥିବାରୁ ସାଧାରଣ ଗରିବ ଲୋକଙ୍କ ଜୀବନ ଯାଉଥିବା ମତପ୍ରକାଶ ପାଇଛି। ଏଇ ୭ ବର୍ଷ ମଧ୍ୟରେ ୨୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ଜୀବନ ଗଲାଣି। ହେଲେ ମୃତକ ଶ୍ରମିକଙ୍କ ପରିବାର ଲୋକଙ୍କୁ କିଛି ପ୍ରଲୋଭନ ଦେଇ ଘଟଣାଗୁଡିକୁ ଚାପି ଦେବାରେ ସଫଳ ହେଉଛନ୍ତି। ୨୦୨୦ ଅକ୍ଟୋବରରେ ପଥର ଖାଦାନ ଓ କମ୍ପ୍ରେସର ମାଲିକ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରି ଗମ୍ଭାରିଆ ଗ୍ରାମର ମୃତ ଶ୍ରମିକ ମଦନ ବାର୍ଲାଙ୍କ ମୃତଦେହକୁ ବିଛାଖଣ୍ଡି ନିକଟ ଏକ କାଜୁ ବଗିଚାରେ ପୋଡ଼ି ଦେଇଥିଲେ। ଜେନାପୁର ଥାନା ପୋଲିସ ଏହି ଘଟଣା ସଂକ୍ରାନ୍ତରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ନିଜ ତରଫରୁ ଏକ ମାମଲା(ନଂ.୩୧୮/୨୬ା୯ା୨୦୨୦) ରୁଜୁ କରି ଧାରା ୨୮୭/୩/୩୩୭/୩୦୪(ଏ)/୨୦୧/୧୭୬/୩୭୯/୫୧୧/୩୪ ଆଇପିସି/୨୧ ଏମଏମଡିଆର ଆକ୍ଟରେ ବେଆଇନ ପଥର ଖାଦାନର ମାଲିକ ଅଞ୍ଚଳ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୂର୍ବରୁ ଏକାଧିକ ମୃତକ ଶ୍ରମିକଙ୍କ ରହସ୍ୟ ଏଯାଏ ପର୍ଦ୍ଦାଫାସ ହୋଇ ପାରିନାହିଁ। ଏ ସଂକ୍ରାନ୍ତରେ ଚଢେଇଧରା ଫାଣ୍ଡି ଅଧିକାରୀ ବାସୁଦେବ ପରିଡ଼ା କହିଛନ୍ତି ପୋଷ୍ଟମର୍ଟମ ରିପୋର୍ଟ ଆସିଲା ପରେ ମୃତ୍ୟୁର ବାସ୍ତବ କାରଣ ଜଣାପଡିବ। ଏବେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri