ନିର୍ମାଣସ୍ଥଳରେ ଶ୍ରମିକଙ୍କୁ ହତ୍ୟା, ଠିକାଦାରଙ୍କ ଦ୍ୱାରା କାର୍ଯ୍ୟ ଚାଲିଥିବାବେଳେ…

କର୍ଲାମୁଣ୍ଡା,୧୬ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ଟକାରୁମାଲ ବଜାର ପଡ଼ିଆ ନିକଟରେ ଗୁରୁବାର ରାତିରେ ନିର୍ମାଣସ୍ଥଳରେ ଜନୈକ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ହୋଇଛି। ସୂଚନାନୁଯାୟୀ, ଆର୍‌ଏମ୍‌ସି ପକ୍ଷରୁ ଠିକାଦାରଙ୍କ ଦ୍ୱାରା ଧାନ ପିଣ୍ଡି ନିର୍ମାଣ କାର୍ଯ୍ୟ ଚାଲିଥିଲା। ଏଥିରେ ନିୟୋଜିତ ସୁବର୍ଣ୍ଣପୁର ଜିଲା ଏସ୍‌.ରାମପୁର ଥାନା ତେଲିପାଲି ଗ୍ରାମର ଶ୍ରମିକ ରସିକ ଛତର(୪୦) ଓ ବରଗଡ଼ ଜିଲା ବରପାଲି ଥାନା ଖେମେସରା ଗ୍ରାମର ରସିକ ଭୋଇ( ୫୦)ଙ୍କ ମଧ୍ୟରେ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇଥିଲା।  ଏଥିରେ ଉତ୍‌କ୍ଷିପ୍ତ ହୋଇ ରସିକ ଭୋଇ ରସିକ ଛତରଙ୍କୁ ମାଡ଼ ମାରି ହତ୍ୟା କରିଥିବା ଫାଣ୍ଡି ଅଧିକାରୀ ଥବିର ବରିହା ତାଙ୍କର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି କହିବା ସହ ରସିକ ଭୋଇଙ୍କୁ ମ. ରମପୁର ଥାନାରେ ଅଟକ ରଖାଯାଇଛି। ମୃତକଙ୍କ ପରିବାର ଆସିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ସେ ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri