ଗାଳି କରିବାରୁ ହତ୍ୟା କରିଥିଲେ ଶ୍ରମିକ, ଜେଲ ଗଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ,୩ା୩ (ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ତୁଳସୀଦେଇପୁରସ୍ଥିତ ସୋଲ୍‌ ସୋକ୍‌ ଫାର୍ମ ହାଉସ୍‌ରେ ଇଲେକ୍ଟ୍ରିସିଆନ୍‌ ଦୀପକ କୁମାର ସ୍ବାଇଁଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଶୁଭେନ୍ଦୁ କୁମାର ଦାସ (୩୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ଶୁଭେନ୍ଦୁଙ୍କ ଘର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ସାଫିପୁର ଗ୍ରାମରେ ହୋଇଥିବାବେଳେ ସେ ଉକ୍ତ ଫାର୍ମ ହାଉସରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଶୁଭେନ୍ଦୁଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯିବା ପରେ ଜେଲ ହାଜତକୁ ପଠାଇ ଦିଆଯାଇଛି। ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚତ୍ ବିଭିନ୍ନ ନମୁନା ସଂଗ୍ରହ କରିଛି। ଅନ୍ୟପଟେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ଦୀପକଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଦୀପକ ଗାଳିଗୁଲଜ କରିବାରୁ ଶୁଭେନ୍ଦୁ ରାଗିଯାଇ ତାଙ୍କୁ ହତ୍ୟା କରିଥିବା ଥାନାଧିକାରୀ ରାଧାକାନ୍ତ ସାହୁ କହିଛନ୍ତି। ହେଲେ ମୃତ ଦୀପକ କାହିଁକି ଗାଳିଗୁଲଜ କରିଥିଲେ ଏନେଇ ଅଭିଯୁକ୍ତ କିଛି ମୁହଁ ଖୋଲି ନ ଥିଲେ ବୋଲି ସେ ପ୍ରକାଶ କରିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ମୃତ ଦୀପକଙ୍କ ଘର ରାଉରକେଲାସ୍ଥିତ ବାସନ୍ତୀ କଲୋନୀରେ। ଦୀପକ ଓ ଅଭିଯୁକ୍ତ ଶୁଭେନ୍ଦୁ ଫାର୍ମ ହାଉସରେ ଥିବା ଏକ ନିର୍ମାଣାଧୀନ କୋଠାରେ ଅନ୍ୟ ଶ୍ରମିକଙ୍କ ସହ ରହୁଥିଲେ। ବୁଧବାର ସାଥୀ ଶ୍ରମିକମାନେ ଦୋଳ ପୂର୍ଣ୍ଣିମା ଉତ୍ସବ ପାଇଁ ଛୁଟିରେ ଚାଲିଯାଇଥିବାବେଳେ ଦୀପକ ଓ ଶୁଭେନ୍ଦୁ ଉକ୍ତ ଘରେ ଥିଲେ। ଅପରାହ୍ନରେ କୌଣସି ଏକ କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଶୁଭେନ୍ଦୁ ରାଗିଯାଇ ଦୀପକଙ୍କୁ ଏକ ବିଦ୍ୟୁତ୍‌ ତାରରେ ବାନ୍ଧି ଦେଇ ଏକ ଟାଓ୍ବେଲରେ ତାଙ୍କ ବେକକୁ ଭିଡ଼ି ଦେଇଥିଲେ। ଘଟଣାସ୍ଥଳରେ ଦୀପକଙ୍କ ମୃତ୍ୟୁ ହୋଇଯିବାପରେ ଅଭିଯୁକ୍ତ ଶୁଭେନ୍ଦୁ ଏନେଇ କଣ୍ଟ୍ରାକ୍ଟରଙ୍କୁ ଫୋନ୍‌ କରି ଜଣାଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ଶୁଭେନ୍ଦୁଙ୍କୁ କାବୁ କରି ଥାନାକୁ ଆଣିଥିଲା। ଏନେଇ ମୃତ ଦୀପକଙ୍କ ବଡ଼ ଭଉଣୀ ରଶ୍ମିତା ରାୟଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା (ନଂ.୬୫/୨୩) ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri