ଗାଳି କରିବାରୁ ହତ୍ୟା କରିଥିଲେ ଶ୍ରମିକ, ଜେଲ ଗଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ,୩ା୩ (ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ତୁଳସୀଦେଇପୁରସ୍ଥିତ ସୋଲ୍‌ ସୋକ୍‌ ଫାର୍ମ ହାଉସ୍‌ରେ ଇଲେକ୍ଟ୍ରିସିଆନ୍‌ ଦୀପକ କୁମାର ସ୍ବାଇଁଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଶୁଭେନ୍ଦୁ କୁମାର ଦାସ (୩୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ଶୁଭେନ୍ଦୁଙ୍କ ଘର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ସାଫିପୁର ଗ୍ରାମରେ ହୋଇଥିବାବେଳେ ସେ ଉକ୍ତ ଫାର୍ମ ହାଉସରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଶୁଭେନ୍ଦୁଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯିବା ପରେ ଜେଲ ହାଜତକୁ ପଠାଇ ଦିଆଯାଇଛି। ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚତ୍ ବିଭିନ୍ନ ନମୁନା ସଂଗ୍ରହ କରିଛି। ଅନ୍ୟପଟେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ଦୀପକଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଦୀପକ ଗାଳିଗୁଲଜ କରିବାରୁ ଶୁଭେନ୍ଦୁ ରାଗିଯାଇ ତାଙ୍କୁ ହତ୍ୟା କରିଥିବା ଥାନାଧିକାରୀ ରାଧାକାନ୍ତ ସାହୁ କହିଛନ୍ତି। ହେଲେ ମୃତ ଦୀପକ କାହିଁକି ଗାଳିଗୁଲଜ କରିଥିଲେ ଏନେଇ ଅଭିଯୁକ୍ତ କିଛି ମୁହଁ ଖୋଲି ନ ଥିଲେ ବୋଲି ସେ ପ୍ରକାଶ କରିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ମୃତ ଦୀପକଙ୍କ ଘର ରାଉରକେଲାସ୍ଥିତ ବାସନ୍ତୀ କଲୋନୀରେ। ଦୀପକ ଓ ଅଭିଯୁକ୍ତ ଶୁଭେନ୍ଦୁ ଫାର୍ମ ହାଉସରେ ଥିବା ଏକ ନିର୍ମାଣାଧୀନ କୋଠାରେ ଅନ୍ୟ ଶ୍ରମିକଙ୍କ ସହ ରହୁଥିଲେ। ବୁଧବାର ସାଥୀ ଶ୍ରମିକମାନେ ଦୋଳ ପୂର୍ଣ୍ଣିମା ଉତ୍ସବ ପାଇଁ ଛୁଟିରେ ଚାଲିଯାଇଥିବାବେଳେ ଦୀପକ ଓ ଶୁଭେନ୍ଦୁ ଉକ୍ତ ଘରେ ଥିଲେ। ଅପରାହ୍ନରେ କୌଣସି ଏକ କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଶୁଭେନ୍ଦୁ ରାଗିଯାଇ ଦୀପକଙ୍କୁ ଏକ ବିଦ୍ୟୁତ୍‌ ତାରରେ ବାନ୍ଧି ଦେଇ ଏକ ଟାଓ୍ବେଲରେ ତାଙ୍କ ବେକକୁ ଭିଡ଼ି ଦେଇଥିଲେ। ଘଟଣାସ୍ଥଳରେ ଦୀପକଙ୍କ ମୃତ୍ୟୁ ହୋଇଯିବାପରେ ଅଭିଯୁକ୍ତ ଶୁଭେନ୍ଦୁ ଏନେଇ କଣ୍ଟ୍ରାକ୍ଟରଙ୍କୁ ଫୋନ୍‌ କରି ଜଣାଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ଶୁଭେନ୍ଦୁଙ୍କୁ କାବୁ କରି ଥାନାକୁ ଆଣିଥିଲା। ଏନେଇ ମୃତ ଦୀପକଙ୍କ ବଡ଼ ଭଉଣୀ ରଶ୍ମିତା ରାୟଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା (ନଂ.୬୫/୨୩) ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri