ଏସ୍‌ଏମ୍‌ସି ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ: ତରଳ ଲୁହା ପଡ଼ି ଶ୍ରମିକ ଗୁରୁତର

ଝାରସୁଗୁଡ଼ା ଅଫିସ,୨୮।୧୧: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ଅଧୀନ ହିର୍ମାସ୍ଥିତ ଏସ୍‌ଏମ୍‌ସି ଷ୍ଟିଲ୍‌ ଆଣ୍ଡ ପାୱାର ପ୍ଲାଣ୍ଟରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ତରଳ ଲୁହା ପଡ଼ି ଶ୍ରମିକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଯୁଯୁମୁରା ଅଞ୍ଚଳର ମହାବୀର ମାଝି ବୋଲି ଜଣାପଡ଼ିଛି।
ଶ୍ରମିକ ଜଣକ ବ୍ଲାଷ୍ଟଫର୍ନେସରେ ହେଲ୍‌ଫର ଭାବେ କାମ କରୁଥିବା ବେଳେ ତାଙ୍କ ଉପରେ ତରଳ ଲୁହା ପଡ଼ିଯାଇଥିଲା। ଏଥିରେ ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ିଯାଇଛି । ତାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ବହୁ ବିଳମ୍ବରେ ବୁର୍ଲା ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଥିଲା। ସେଠାରେ ଉତ୍ତମ ଚିକିତ୍ସା ନ ଥିବାରୁ ତାଙ୍କୁ ରାଉରକେଲା ଆଇଜିଏଚ୍‌ ହସ୍ପିଟାଲକୁ ପଠାଯାଇଛି। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏ ସମ୍ପର୍କରେ ପ୍ଲାଣ୍ଟ କର୍ତ୍ତୃପକ୍ଷ ମୁହଁ ଖୋଲୁନାହାନ୍ତି। ଏପରିକି ପ୍ଲାଣ୍ଟ ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାକୁ ଚାପିଦେବାକୁ ଉଦ୍ୟମ ଚାଲିଥିବା ଚର୍ଚ୍ଚା ହେଉଛି। ପ୍ଲାଣ୍ଟରେ ଶ୍ରମିକଙ୍କ ସୁରକ୍ଷା ଦିଗରେ ଅଣଦେଖା କରାଯାଉଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେବାରେ ଲାଗିଛି। ଏନେଇ ଶ୍ରମିକ ମହଲରେ ଅସନ୍ତୋଷ ଦେଖାଦେଇଛି। ଉକ୍ତ ଦୁର୍ଘଟଣା ସମ୍ପର୍କରେ ବଏଲର ବିଭାଗ ତରଫରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri