ଏସ୍‌ଏମ୍‌ସି ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ: ତରଳ ଲୁହା ପଡ଼ି ଶ୍ରମିକ ଗୁରୁତର

ଝାରସୁଗୁଡ଼ା ଅଫିସ,୨୮।୧୧: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ଅଧୀନ ହିର୍ମାସ୍ଥିତ ଏସ୍‌ଏମ୍‌ସି ଷ୍ଟିଲ୍‌ ଆଣ୍ଡ ପାୱାର ପ୍ଲାଣ୍ଟରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ତରଳ ଲୁହା ପଡ଼ି ଶ୍ରମିକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଯୁଯୁମୁରା ଅଞ୍ଚଳର ମହାବୀର ମାଝି ବୋଲି ଜଣାପଡ଼ିଛି।
ଶ୍ରମିକ ଜଣକ ବ୍ଲାଷ୍ଟଫର୍ନେସରେ ହେଲ୍‌ଫର ଭାବେ କାମ କରୁଥିବା ବେଳେ ତାଙ୍କ ଉପରେ ତରଳ ଲୁହା ପଡ଼ିଯାଇଥିଲା। ଏଥିରେ ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ିଯାଇଛି । ତାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ବହୁ ବିଳମ୍ବରେ ବୁର୍ଲା ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଥିଲା। ସେଠାରେ ଉତ୍ତମ ଚିକିତ୍ସା ନ ଥିବାରୁ ତାଙ୍କୁ ରାଉରକେଲା ଆଇଜିଏଚ୍‌ ହସ୍ପିଟାଲକୁ ପଠାଯାଇଛି। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏ ସମ୍ପର୍କରେ ପ୍ଲାଣ୍ଟ କର୍ତ୍ତୃପକ୍ଷ ମୁହଁ ଖୋଲୁନାହାନ୍ତି। ଏପରିକି ପ୍ଲାଣ୍ଟ ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାକୁ ଚାପିଦେବାକୁ ଉଦ୍ୟମ ଚାଲିଥିବା ଚର୍ଚ୍ଚା ହେଉଛି। ପ୍ଲାଣ୍ଟରେ ଶ୍ରମିକଙ୍କ ସୁରକ୍ଷା ଦିଗରେ ଅଣଦେଖା କରାଯାଉଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେବାରେ ଲାଗିଛି। ଏନେଇ ଶ୍ରମିକ ମହଲରେ ଅସନ୍ତୋଷ ଦେଖାଦେଇଛି। ଉକ୍ତ ଦୁର୍ଘଟଣା ସମ୍ପର୍କରେ ବଏଲର ବିଭାଗ ତରଫରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri