କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଛନ୍ତି। ବ୍ଲିଚିଂ ପାଉଡରରୁ ନିର୍ଗତ ତୀବ୍ର ଗ୍ୟାସ ଯୋଗୁଁ ସେ କୂଅ ଭିତରେ ହିଁ ଅଣନିଶ୍ୱାସୀ ହୋଇଯାଇଥିଲେ। ତେବେ ଅଗ୍ନିଶମ ବାହିନୀର ସଠିକ୍ ସମୟରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ଯୋଗୁଁ ଏକ ବଡ଼ ବିପତ୍ତି ଟଳିଯାଇଛି।

ଘଟଣାରୁ ପ୍ରକାଶ ଯେ, ବେଲଗୁଣ୍ଠା ବ୍ଲକ ଧୂମୁଛାଇ ଗ୍ରାମର ସୀମାଞ୍ଚଳ ସ୍ବାଇଁ (୨୫) ଏବଂ ଅନ୍ୟ ଜଣେ ଶ୍ରମିକ ମିଶି ଆଜି ଭଞ୍ଜନଗର ସ୍ଥିତ ଏକ ସାହିକୁ କୂଅ ସଫା କରିବା ପାଇଁ ଆସିଥିଲେ। କୂଅ ସଫା କରିବା ପ୍ରକ୍ରିୟା ଚାଲିଥିବା ବେଳେ ପାଣିକୁ ବିଶୋଧନ କରିବା ପାଇଁ ସେଥିରେ ବ୍ଲିଚିଂ ପାଉଡର ପକାଯାଇଥିଲା। ତେବେ ବ୍ଲିଚିଂ ପାଉଡର ପଡ଼ିବା ମାତ୍ରେ ସେଥିରୁ ଏକ ପ୍ରତିକ୍ରିୟାଶୀଳ ଏବଂ ତୀବ୍ର ଗ୍ୟାସ ବାହାରିଥିଲା, ଯାହା ଫଳରେ କୂଅ ଭିତରେ ଥିବା ସୀମାଞ୍ଚଳ ହଠାତ୍ ଅଣନିଶ୍ୱାସୀ ହୋଇ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଥିଲେ।

ସୀମାଞ୍ଚଳ କୂଅ ଭିତରେ ଅଚେତ ପ୍ରାୟ ହୋଇଯିବା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଭଞ୍ଜନଗର ଦମକଳ ବାହିନୀର କର୍ମଚାରୀମାନେ ବିନା ସମୟ ନଷ୍ଟ କରି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ସ୍ୱେଶାଲ ଉପକରଣ ସାହାଯ୍ୟରେ କୂଅ ଭିତରୁ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ସୁରକ୍ଷିତ ଭାବେ ବାହାରକୁ ଉଦ୍ଧାର କରିଥିଲେ।

ଉଦ୍ଧାର କରାଯିବା ପରେ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତରଙ୍କ ଜରୁରୀକାଳୀନ ଚିକିତ୍ସା ପରେ ବର୍ତ୍ତମାନ ସୀମାଞ୍ଚଳଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ଜଣାପଡ଼ିଛି।

ବର୍ତ୍ତମାନ ସମଗ୍ର ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ  ଜାରି ରହିଛି। ଏଭଳି ପରିସ୍ଥିତିରେ କୂଅ ବା ଗଭୀର ସ୍ଥାନ ସଫା କରିବା ସମୟରେ ଭିତରେ ଅକ୍ସିଜେନ୍‌ର ଅଭାବ ଏବଂ ଗ୍ୟାସ ଜମି ରହିବାର ସମ୍ଭାବନା ଅଧିକ ଥାଏ। ତେଣୁ କୂଅ ସଫା କରିବା ସମୟରେ ଲୋକେ ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିବା ସହ ସୁରକ୍ଷା ନିୟମ ପାଳନ କରିବାକୁ ଅଗ୍ନିଶମ କର୍ମଚାରୀ ସନାତନ ମହାପାତ୍ର ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

ଉଦ୍‌ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍‌…

ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ…

ରାଜ୍ୟ ଓ ଜାତୀୟ ସ୍ତରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ବ୍ରହ୍ମପୁର, ୧୯।୭ (ଅଶୋକ ସାହୁ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କାର୍ଯ୍ୟକ୍ରମ ସଂଯୋଜକ, ଆସିଷ୍ଟାଣ୍ଟ ପ୍ରଫେସର ଡ. ଜୟନ୍ତ କୁମାର ପଣ୍ଡାଙ୍କୁ ରବିବାର ବିଦାୟକାଳୀନ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…

କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri