ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଲୋକଙ୍କ ଜୀବନ ଯାଉଥିବାରୁ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ମୃତଦେହକୁ ରାସ୍ତାରେ ରଖି ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଶ୍ରମିତି ରୋଲିକ ନିକଟସ୍ଥ ଏକ କ୍ରସରେ କାମ କରନ୍ତି। ଶନିବାର କାମ କରିବାକୁ ଯାଇଥିଲେ। ହେଲେ କାମ ନ ହେବାରୁ ଘରକୁ ଫେରୁଥିବା ବେଳେ ବାଦିମୁଣ୍ଡା ପଟରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ଟ୍ରାଭେଲର ଗାଡ଼ି ତିରୋଲିଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଘଟଣାସ୍ଥଳରେ ତିରୋଲିଙ୍କ ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇପଡ଼ିଛି। ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଓ ଦୁର୍ଘଟଣା ଘଟାଇଥିବା ଗାଡ଼ି ଜବତ ଓ ଡ୍ରାଇଭରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।

 

Dharitri – Odisha’s No.1 Odia Daily

 

 

Share