ରଖେ ଯାହାକୁ ହରି…

ଦାରିଙ୍ଗବାଡ଼ି,୧୨।୫(ଡି.ଏନ୍‌.ଏ.): ରଖେ ହରି ତୋ ମାରେ କିଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ। ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ ଏକ ୩ ମହଲା କୋଠାର ନିର୍ମାଣ କାର୍ଯ୍ୟ ଚାଳିଥିବା ବେଳେ ଜଣେ ଶ୍ରମିକ ୩୦ ଫୁଟ ଉଚ୍ଚରୁ ଖସିପଡି ୧୧ କେଭି ବିଦ୍ୟୁତ ତାର ଉପରେ ପଡିଯାଇଥିଲେ। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ରମିକ ଜଣକ ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ଉକ୍ତ ଅଞ୍ଚଳର କାଳୁ ପ୍ରଧାନ (୩୦)। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଓ ବ୍ରହ୍ମପୁର ଏମ୍‌କେଜିସି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ପ୍ରକାଶ ଯେ, କାଳୁ ୩ ମହଲା କୋଠାରେ କାର୍ଯ୍ୟ କରୁଥିଲେ। ଅସାବଧାନତାରୁ ସେ ୩୦ ଫୁଟ ଉଚ୍ଚରୁ ଖସି ପଡି କୋଠାକୁ ଲାଗିଥିବା ୧୧ କେଭି ବିଦ୍ୟୁତ୍‌ ତାର ଉପରେ ପଡ଼ିଯାଇଥିତ୍ଲେ। ଫଳରେ ତାଙ୍କ ଶରୀରର ଅଧିକାଂଶ ସ୍ଥାନ ପୋଡ଼ିଯାଇଛି। ତାର ଛିଣ୍ଡି ଯିବାରୁ କାଳୁ ତଳେ ଥିବା ବାଲି, ପଥର, ଗଦାରେ ପଡ଼ି ଗୁରୁତର ହୋଇପଡ଼ିଥିଲେ । ଖବରପାଇ ଦାରିଙ୍ଗବାଡ଼ି ବିଦ୍ୟୁତ୍‌ ବିଭାଗର କନିଷ୍ଠ ଯନ୍ତ୍ରୀ ଶିବପ୍ରସାଦ ନାୟକ ଦାରିଙ୍ଗବାଡ଼ି ପୋଲିସକୁ ଜଣାଇଥିଲେ। ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଗୁରୁତର ଆହତ କାଳୁଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଘଟଣାର ତଦନ୍ତ ଚଳାଇଛି। ଏନେଇ ଆଇଆଇସି କୌଶିକ ମାଝି ସୂଚନା ଦେଇଛନ୍ତି। ଏହି ଘଟଣାକୁ ନେଇ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri