ମାଲବାହୀ ଗାଡ଼ିରେ ଯାଉଛନ୍ତି ଶ୍ରମିକ

ଯାଜପୁରରୋଡ, ୧୫।୪(ଡି.ଏନ.ଏ.): ଦିନକୁ ଦିନ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ଜନଗହଳିପୂର୍ଣ୍ଣ ହୋଇଚାଲିଛି। ଆବଶ୍ୟକତାଠାରୁ ଏଠାରେ ଅଧିକ ଲୋକ ବସବାସ କରୁଥିବାବେଳେ ଏହି ଲୋକଙ୍କ ବିଭିନ୍ନ ଆବଶ୍ୟକତା ପୂରଣ କରିବାରେ ବ୍ୟାସନଗର ପୌର ପ୍ରଶାସନ ଏକପ୍ରକାର କାର୍ପଣ୍ୟତା ଦେଖାଉଛି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ସହରରେ ପରିବହନ ବ୍ୟବସ୍ଥା। ସହରରେ ହେଉଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟସ୍ଥଳ ଓ ଶିଳ୍ପାଞ୍ଚଳକୁ ଶ୍ରମିକମାନଙ୍କୁ ବିପଦପୂର୍ଣ୍ଣ ଭାବେ ମାଲବାହୀ ଗାଡ଼ିରେ ପରିବହନ କରାଯାଉଛି। ହେଲେ ପରିବହନ ବିଭାଗ ଏବଂ ପୋଲିସ ଏସବୁ ଦେଖି ନୀରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଛି।
ଯାଜପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଅଧିକାରୀ ଏବଂ ଯାଜପୁର ରୋଡ୍‌ ପୋଲିସ କେବଳ ବାଇକ ହେଲମେଟ ଚେକିଂ କରି ଫାଇନ ଆଦାୟରେ ବ୍ୟସ୍ତ ରହୁଛନ୍ତି। ହେଲେ ଛୋଟ ଛୋଟ ପରିବହନ ଗାଡ଼ି ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିଲେ ମଧ୍ୟ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ରାତ୍ର ସମୟରେ ଅତ୍ୟନ୍ତ ବେପରୁଆ ଭାବେ ଯାତ୍ରୀମାନେ ପରିବହନ ଗାଡ଼ିରେ ଯାଉଥିବା ଦେଖିବାକୁ ମିଳିଛି। ପରିବହନ ସମୟରେ କିଛି ଅଘଟଣ ଘଟିଲେ କିଏ ଦାୟୀ ରହିବ ତା’କୁ ନେଇ ବଡ଼ ପ୍ରଶ୍ନ ଛିଡ଼ା ହୋଇଛି। ତେଣୁ ଏ ଦିଗରେ ଯାଜପୁର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ଯାଜପୁର ଆରକ୍ଷୀ ଅଧୀକ୍ଷକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri