ମାଲବାହୀ ଗାଡ଼ିରେ ଯାଉଛନ୍ତି ଶ୍ରମିକ

ଯାଜପୁରରୋଡ, ୧୫।୪(ଡି.ଏନ.ଏ.): ଦିନକୁ ଦିନ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ଜନଗହଳିପୂର୍ଣ୍ଣ ହୋଇଚାଲିଛି। ଆବଶ୍ୟକତାଠାରୁ ଏଠାରେ ଅଧିକ ଲୋକ ବସବାସ କରୁଥିବାବେଳେ ଏହି ଲୋକଙ୍କ ବିଭିନ୍ନ ଆବଶ୍ୟକତା ପୂରଣ କରିବାରେ ବ୍ୟାସନଗର ପୌର ପ୍ରଶାସନ ଏକପ୍ରକାର କାର୍ପଣ୍ୟତା ଦେଖାଉଛି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ସହରରେ ପରିବହନ ବ୍ୟବସ୍ଥା। ସହରରେ ହେଉଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟସ୍ଥଳ ଓ ଶିଳ୍ପାଞ୍ଚଳକୁ ଶ୍ରମିକମାନଙ୍କୁ ବିପଦପୂର୍ଣ୍ଣ ଭାବେ ମାଲବାହୀ ଗାଡ଼ିରେ ପରିବହନ କରାଯାଉଛି। ହେଲେ ପରିବହନ ବିଭାଗ ଏବଂ ପୋଲିସ ଏସବୁ ଦେଖି ନୀରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଛି।
ଯାଜପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଅଧିକାରୀ ଏବଂ ଯାଜପୁର ରୋଡ୍‌ ପୋଲିସ କେବଳ ବାଇକ ହେଲମେଟ ଚେକିଂ କରି ଫାଇନ ଆଦାୟରେ ବ୍ୟସ୍ତ ରହୁଛନ୍ତି। ହେଲେ ଛୋଟ ଛୋଟ ପରିବହନ ଗାଡ଼ି ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିଲେ ମଧ୍ୟ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ରାତ୍ର ସମୟରେ ଅତ୍ୟନ୍ତ ବେପରୁଆ ଭାବେ ଯାତ୍ରୀମାନେ ପରିବହନ ଗାଡ଼ିରେ ଯାଉଥିବା ଦେଖିବାକୁ ମିଳିଛି। ପରିବହନ ସମୟରେ କିଛି ଅଘଟଣ ଘଟିଲେ କିଏ ଦାୟୀ ରହିବ ତା’କୁ ନେଇ ବଡ଼ ପ୍ରଶ୍ନ ଛିଡ଼ା ହୋଇଛି। ତେଣୁ ଏ ଦିଗରେ ଯାଜପୁର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ଯାଜପୁର ଆରକ୍ଷୀ ଅଧୀକ୍ଷକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri