ବିପଦପୂର୍ଣ୍ଣ ଭାବେ ଶ୍ରମିକ କରୁଛନ୍ତି କାମ

ମହାକାଳପଡ଼ା,୨୫।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଜମ୍ବୁ ପଞ୍ଚାୟତ ଭାଟେଣି ଗାଁରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ୧୫୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଓଭର ହେଡ୍‌ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ନୟାଗଡ଼ ଜିଲାର ଶରଣକୁଳ ଅଞ୍ଚଳର କେତେଜଣ ଶ୍ରମିକଙ୍କର ଜୀବନ ସୁରକ୍ଷା ପ୍ରତି ବିପଦ ରହିଛି ବୋଲି ଅଭିଯୋଗ ହେଉଛି। ଓଭର୍‌ ହେଡ୍‌ ପାଣି ଟାଙ୍କି ଉପରେ ବିପଦପୂର୍ଣ୍ଣ ଭାବେ ଶ୍ରମିକମାନେ କାମ କରୁଛନ୍ତି। ମୁଣ୍ଡରେ ନାହିଁ ସେଫ୍ଟି ହେଲମେଟ କିମ୍ବା ହ୍ୟାଙ୍ଗିଙ୍ଗ୍‌ ଲାଇଫ ଜ୍ୟାକେଟ। ଶ୍ରମିକମଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଣି ଟାଙ୍କି ଚାରି ପାଖରେ ଜାଲ ଘେରା ଦେବାର ବ୍ୟବସ୍ଥା ଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଇଛି। କାର୍ଯ୍ୟରତ ସମୟରେ ଶ୍ରମିକଙ୍କର ଯଦି କିଛି ଅଘଟଣ ହୁଏ ତେବେ ଉତ୍ତରଦାୟୀ କିଏ ରହିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ସୁରକ୍ଷା ପ୍ରତି ଧ୍ୟାନଦେବାକୁ ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀଙ୍କ ସରଜମିନ ତଦନ୍ତ କରିବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ତେବେ ସେହିପରି ଏହି ନିର୍ମାଣ କାର୍ଯ୍ୟରେ ପଶ୍ଚିମବଙ୍ଗର ମୁର୍ଷିଦାବାଦ ଜିଲାର କେତେଜଣ ଶ୍ରମିକ ନିୟୋଜିତ ଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ ଦୁଇବର୍ଷ ପୂର୍ବେ, ବ୍ଲକର କଳାଗଢ଼ ଗ୍ରାମସ୍ଥିତ ମେଗା ପାନୀୟ ଜଳ ପ୍ରକଳ୍ପର ସୁଉଚ୍ଚ ଓଭର ହେଡ ପାଣି ଟାଙ୍କିରେ କାର୍ଯ୍ୟରତ ଶ୍ରମିକଙ୍କ ଖସି ପଡ଼ି ମୃତ୍ୟୁ ଘଟିଥିଲା। ହେଲେ ବିଭାଗର ଏ ପର୍ଯ୍ୟନ୍ତ ଚେତା ପଶିଲା ନାହିଁ। ସେହିପରି ବ୍ଲକର ବିଭିନ୍ନ ପଞ୍ଚାୟତରେ ମେଗା ପାନୀୟ ଜଳ ପ୍ରକଳ୍ପ ଓ ବସୁଧା ଯୋଜନାରେ ନିର୍ମାଣ ହେଉଥିବା ପାଣି ଟାଙ୍କିରେ କାର୍ଯ୍ୟରତ ଶ୍ରମିକମାନଙ୍କ ସୁରକ୍ଷା ପାଇଁ ଆବଶ୍ୟକ ସାମଗ୍ରୀ ପିନ୍ଧି କାର୍ଯ୍ୟ କରୁଛନ୍ତି କି ନାହିଁ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏ ସମ୍ପର୍କରେ ମହାକାଳପଡ଼ା ବ୍ଲକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କନିଷ୍ଠ ଯନ୍ତ୍ରୀ ସୁବ୍ରତ କୁମାର ସାହୁଙ୍କୁ ପଚାରିବାରେ ଏହାର ସରଜମିନ୍‌ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri