ବିପଦପୂର୍ଣ୍ଣ ଭାବେ ଶ୍ରମିକ କରୁଛନ୍ତି କାମ

ମହାକାଳପଡ଼ା,୨୫।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଜମ୍ବୁ ପଞ୍ଚାୟତ ଭାଟେଣି ଗାଁରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ୧୫୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଓଭର ହେଡ୍‌ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ନୟାଗଡ଼ ଜିଲାର ଶରଣକୁଳ ଅଞ୍ଚଳର କେତେଜଣ ଶ୍ରମିକଙ୍କର ଜୀବନ ସୁରକ୍ଷା ପ୍ରତି ବିପଦ ରହିଛି ବୋଲି ଅଭିଯୋଗ ହେଉଛି। ଓଭର୍‌ ହେଡ୍‌ ପାଣି ଟାଙ୍କି ଉପରେ ବିପଦପୂର୍ଣ୍ଣ ଭାବେ ଶ୍ରମିକମାନେ କାମ କରୁଛନ୍ତି। ମୁଣ୍ଡରେ ନାହିଁ ସେଫ୍ଟି ହେଲମେଟ କିମ୍ବା ହ୍ୟାଙ୍ଗିଙ୍ଗ୍‌ ଲାଇଫ ଜ୍ୟାକେଟ। ଶ୍ରମିକମଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଣି ଟାଙ୍କି ଚାରି ପାଖରେ ଜାଲ ଘେରା ଦେବାର ବ୍ୟବସ୍ଥା ଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଇଛି। କାର୍ଯ୍ୟରତ ସମୟରେ ଶ୍ରମିକଙ୍କର ଯଦି କିଛି ଅଘଟଣ ହୁଏ ତେବେ ଉତ୍ତରଦାୟୀ କିଏ ରହିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ସୁରକ୍ଷା ପ୍ରତି ଧ୍ୟାନଦେବାକୁ ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀଙ୍କ ସରଜମିନ ତଦନ୍ତ କରିବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ତେବେ ସେହିପରି ଏହି ନିର୍ମାଣ କାର୍ଯ୍ୟରେ ପଶ୍ଚିମବଙ୍ଗର ମୁର୍ଷିଦାବାଦ ଜିଲାର କେତେଜଣ ଶ୍ରମିକ ନିୟୋଜିତ ଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ ଦୁଇବର୍ଷ ପୂର୍ବେ, ବ୍ଲକର କଳାଗଢ଼ ଗ୍ରାମସ୍ଥିତ ମେଗା ପାନୀୟ ଜଳ ପ୍ରକଳ୍ପର ସୁଉଚ୍ଚ ଓଭର ହେଡ ପାଣି ଟାଙ୍କିରେ କାର୍ଯ୍ୟରତ ଶ୍ରମିକଙ୍କ ଖସି ପଡ଼ି ମୃତ୍ୟୁ ଘଟିଥିଲା। ହେଲେ ବିଭାଗର ଏ ପର୍ଯ୍ୟନ୍ତ ଚେତା ପଶିଲା ନାହିଁ। ସେହିପରି ବ୍ଲକର ବିଭିନ୍ନ ପଞ୍ଚାୟତରେ ମେଗା ପାନୀୟ ଜଳ ପ୍ରକଳ୍ପ ଓ ବସୁଧା ଯୋଜନାରେ ନିର୍ମାଣ ହେଉଥିବା ପାଣି ଟାଙ୍କିରେ କାର୍ଯ୍ୟରତ ଶ୍ରମିକମାନଙ୍କ ସୁରକ୍ଷା ପାଇଁ ଆବଶ୍ୟକ ସାମଗ୍ରୀ ପିନ୍ଧି କାର୍ଯ୍ୟ କରୁଛନ୍ତି କି ନାହିଁ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏ ସମ୍ପର୍କରେ ମହାକାଳପଡ଼ା ବ୍ଲକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କନିଷ୍ଠ ଯନ୍ତ୍ରୀ ସୁବ୍ରତ କୁମାର ସାହୁଙ୍କୁ ପଚାରିବାରେ ଏହାର ସରଜମିନ୍‌ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri