ଅସୁରକ୍ଷିତ ଭାବେ କାମ କରୁଛନ୍ତି ଶ୍ରମିକ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): ଘରକୁ ପାଇପ୍‌ ଯୋଗେ ପାନୀୟଜଳ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ଅପରପକ୍ଷେ ଅନେକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖାଦେଉଥିବା ବେଳେ ଲୋକ ପାଣି ମୁନ୍ଦେ ପାଇଁ ଡହଳ ବିକଳ ହେଉଛନ୍ତି। ଏ ନେଇ ରାଜ୍ୟ ସରକାର ପାନୀୟ ଜଳ ପ୍ରକଳ୍ପକୁ ଅନେକ ସ୍ଥାନରେ ଭିତ୍ତିଭୂମି ପାଇଁ ନୂତନ ପ୍ରକଳ୍ପ ଆରମ୍ଭ କରିଥିବା କୁହାଯାଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ସ୍ଥାନୀୟ ପେଟଛେଲ୍ଲା ପଞ୍ଚାୟତର ସରୁମୁହିଁଠାରେ ୨୦୧୮ ଡିସେମ୍ବର ୮ରେ ୨୪୧ କୋଟି ଟଙ୍କା ବ୍ୟୟ ଅଟକଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ତେବେ ଏହି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ଏକ କମ୍ପାନୀ ଠିକା ନେଇଛି। କମ୍ପାନୀ ନିର୍ମାଣ ଦାୟିତ୍ୱ ନେଇ ପରେ ଏହାକୁ ଛୋଟ ଠିକାଦାରଙ୍କୁ ଦେଇଛି। ଫଳରେ ନିର୍ମାଣ କାମରେ ନିୟୋଜିତ ହେଉଥିବା ଶ୍ରମିକ ଅସୁରକ୍ଷିତ ଭାବେ କାମ କରୁଥିବା ଅଭିଯୋଗ ହେଉଛି। ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ କମ୍ପାନୀର କୌଣସି ଅଧିକାରୀ ରହୁ ନ ଥିବା ଦେଖିବାକୁ ମିଳିଛି। ଏହି ସରୁମୁହିଁ ଗାଁ ପଡିଆରେ ରବିବାର ଉଚ୍ଚ ପାଣି ଟାଙ୍କି ନିର୍ମାଣରେ ଉପରକୁ ଶ୍ରମିକମାନେ ଢଲେଇ ସାମଗ୍ରୀ ମୁଣ୍ଡରେ ମୁଣ୍ଡେଇ ନେଉଥିବା ଦେଖିବାକୁ ମିଳିଥିଲା। ହେଲେ ସେମାନେ ହେଲ୍‌ମେଟ ଓ ଅନ୍ୟ ସୁରକ୍ଷା ସରଞ୍ଜାମ ପିନ୍ଧି ନ ଥିବାରୁ ଏମାନଙ୍କ ଜୀବନ ପ୍ରତି ବିପଦ ରହିଛି। ସୂଚନାଯୋଗ୍ୟ ଏହି ବୃହତ୍‌ ଉଚ୍ଚ ପାଣି ଟାଙ୍କି କଳାଗଡ ଗାଁରେ ବର୍ଷେ ପୂର୍ବେ ନିର୍ମାଣ ହେଉଥିଲା। ଉଚ୍ଚ ପାଣି ଟାଙ୍କି ଉପରୁ ଖସି ପଡ଼ିବା ଯୋଗୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଦାୟିତ୍ୱରେ ଥିବା ଠିକା ସଂସ୍ଥାଙ୍କ ଖାମଖିଆଲ ମନୋଭାବ ପରିଲକ୍ଷିତ ହେଉଛି। ସେମାନେ ଶ୍ରମିକଙ୍କ ସୁରକ୍ଷା କଥା ଚିନ୍ତା କରୁନାହାନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ଚରଣ ନାୟକଙ୍କୁ ପଚାରିବାରେ ଶ୍ରମିକଙ୍କ ସୁରକ୍ଷା ଲାଗି ଠିକା କମ୍ପାନୀଙ୍କ ଦୃଷ୍ଟି ଆକର୍ଷଣ ସହ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri