ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା ବାଟବଣା

ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ କିପରି ଏହି ଯୋଜନାରେ ସାମିଲ ହୋଇ ଉପକୃତ ହୋଇପାରିବେ ତାହା ଉପରେ ପ୍ରଶାସନକୁ ଗୁରୁତ୍ୱ ଦେବା କ୍ଷେତ୍ରରେ ନିର୍ଦ୍ଦେଶ ରହିଛି। କିନ୍ତୁ ସରକାରୀ ନିୟମକୁ ଫୁ’ କରି ବରୀ ବ୍ଲକ୍‌ରେ ଶ୍ରମିକଙ୍କ ବଦଳରେ ଏହି ଯୋଜନାରେ ମେଶିନ ଦ୍ୱାରା କାର୍ଯ୍ୟ କରାଯାଇ ଲକ୍ଷଲକ୍ଷ ଟଙ୍କା ଲୁଟ୍‌ କରାଯାଉଛି। ଉକ୍ତ ଯୋଜନାରେ କେବଳ ଜବକାର୍ଡଧାରୀମାନେ କାର୍ଯ୍ୟ କରିବାର ନିୟମଥିବାରୁ ଏଠାରେ ମୃତ ଓ ବୟସାଧିକ ଯୋଗୁ ରୋଗ ଶଯ୍ୟାରେ ଥିବା ଜବକାର୍ଡଧାରୀ କାର୍ଯ୍ୟ କରିଛନ୍ତି ବୋଲି ଦର୍ଶାଯାଇ ଯୋଜନାର ଅର୍ଥ ଉଠାଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତି ଆର୍ଥିକ ବର୍ଷରେ ବ୍ଲକ୍‌ ପ୍ରଶାସନକୁ ଶ୍ରମ ଦିବସ ସୃଷ୍ଟି କରିବାର ନିର୍ଦ୍ଦିଷ୍ଟ ଲକ୍ଷ୍ୟ ପୂରଣ କରିବା ପାଇଁ ନିର୍ଦ୍ଦେଶ ରହିଛି।

ତେଣୁ ଏହାକୁ ପୂରଣ କରିବା କ୍ଷେତ୍ରରେ ଶ୍ରମିକ ବଦଳରେ ମେଶିନ ସାହାଯ୍ୟରେ କାର୍ଯ୍ୟ କରାଯାଇ ଜିଲା ପ୍ରଶାସନକୁ ଏକ ବିସ୍ତୃତ ତାଲିକା ପ୍ରଦାନ କରାଯାଉଛି। ବାସ୍ତବପକ୍ଷେ ଏହି ବ୍ଲକ୍‌ର ବହୁ ଶ୍ରମିକ କାମ ପାଇଁ ଅନାଇ ବସିଛନ୍ତି। ତେବେ ଯୋଜନାର ଦାୟିତ୍ୱରେ ଥିବା ଅଧିକାରୀ କିଭଳି ଭାବେ ସେମାନଙ୍କୁ ଏହି କାର୍ଯ୍ୟରେ ସାମିଲ କରୁନାହାନ୍ତି ତାହାର ତଦନ୍ତ ପାଇଁ ଦାବି ହୋଇଛି। ତଦନ୍ତ ହେଲେ ସତ୍ୟତା ପଦାକୁ ଆସିପାରିବ ବୋଲି ସାଧାରଣରେ ଆଲୋଚନା ହେଉଛି। ଅନ୍ୟପକ୍ଷରେ ସରକାର ସ୍ବଚ୍ଛତା ବଜାୟ ରଖିବା କ୍ଷେତ୍ରରେ ଡିଣ୍ଡିମ ପିଟୁଥିବା ବେଳେ କେତେଜଣ ସରକାରୀ କର୍ମଚାରୀ ଶ୍ରମିକଙ୍କ ପାଉଣା ଲୁଟିବାରେ ଲାଗିଛନ୍ତି। ତେଣୁ ଚଳିତ ଆର୍ଥିକ ବର୍ଷରେ ଉକ୍ତ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କେତୋଟି ପ୍ରକଳ୍ପର କାର୍ଯ୍ୟ ହେଉଛି ଓ କେଉଁ ଶ୍ରମିକମାନେ ନିୟୋଜିତ ଅଛନ୍ତି ତାହାକୁ ଜିଲାସ୍ତରୀୟ ଅଧିକାରୀମାନେ ତଦନ୍ତ କରିବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ଜାଣିବା ଲାଗି ବରୀ ବିଡିଓ ଶିବାନନ୍ଦ ସ୍ବାଇଁଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ନ ଉଠାଇବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?