ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଭୋଜିଭାତର ଆସର ଜମିଛି। ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଏବଂ ନୂତନ ବର୍ଷକୁ ସ୍ବାଗତ ବେଶ ଧୂମ୍‌ଧାମରେ କରାଯାଇଛି। ଏହା ମଧ୍ୟରେ ବଜାର ଘାଟଠାରୁ ଆରମ୍ଭ କରି ରାସ୍ତା ପାର୍ଶ୍ୱ ସାରା ବିଭିନ୍ନ ବ୍ୟାନର ପୋଷ୍ଟର ଦେଖିବାକୁ ମିଳୁଛି। ବ୍ୟାନର ପୋଷ୍ଟର ଦେଖି ନିର୍ବାଚନ କଥା ମନେ ପଡ଼ିଯାଉଛି। ଚଳିତଥର ପୂର୍ବ ବର୍ଷ ତୁଳନାରେ ଅଧିକ ବ୍ୟାନର ପୋଷ୍ଟର ଲାଗିଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହୋଇଛି।

ବିଶେଷକରି ଧର୍ମଶାଳା ନିର୍ବାଚନମଣ୍ଡଳୀର ଅଧିକାଂଶ ସ୍ଥାନରେ ଶାସକ ଦଳ ତଥା ଭାରତୀୟ ଜନତା ପାର୍ଟିର ବ୍ୟାନର ଅଧିକ ଥିବା ଦେଖିବାକୁ ମିଳୁଛି। ଏହି ବ୍ୟାନରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଫଟୋ ରହିଥିବାବେଳେ ବିଭିନ୍ନ ଅଞ୍ଚଳର କର୍ମୀ, ଓ ଗାଁ ନେତା ଏବଂ ଯୁବକମାନଙ୍କ ଫଟୋ ଥିବା ଦେଖିବାକୁ ମିଳୁଛି। ନିର୍ବାଚନ ସମୟର ଦଳୀୟ ବ୍ୟାନରକୁ ନେଇ ଯେମିତି ଓ୍ବାର୍‌ ବା ଯୁଦ୍ଧ ଚାଲେ ଠିକ୍‌ ସେମିତି ଜଣାପଡୁଛି। ବର୍ତ୍ତମାନ ବ୍ୟାନର ଓ୍ବାର ଚାଲିଛି ସତ କିନ୍ତୁ ନେତାମାନଙ୍କ ମଧ୍ୟରେ ନୁହେଁ ବରଂ କର୍ମୀମାନଙ୍କ ମଧ୍ୟରେ ଥିବା ଆଲୋଚନା ହେଉଛି । ବିଶେଷ ଭାବେ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଫଟୋ ସହ ପଞ୍ଚାୟତ ସ୍ତରୀୟ ନେତାଙ୍କଠାରୁ ଆରମ୍ଭ କରି ବିଭିନ୍ନ ଠିକାଦାରମାନେ ବ୍ୟକ୍ତିଗତ ଭାବେ ଫଟୋ ରଖି ଶୁଭେଛା ଜଣାଇବା ପାଇଁ ରେସ ଦେଖିବାକୁ ମିଳୁଛି। ନିର୍ବାଚନ ପୂର୍ବରୁ ଯେଉଁମାନେ ବିରୋଧୀ ଥିଲେ ସେମାନେ ବର୍ତ୍ତମାନ ବିଧାୟକଙ୍କ ଶିବିରରେ ରହିଛନ୍ତି। ଏବଂ ବିଭିନ୍ନ ପ୍ରକାର ବ୍ୟାନର ମାଧ୍ୟମରେ ଶୁଭେଛା ମଧ୍ୟ ଜଣାଇଛନ୍ତି। ଏହି ବ୍ୟାନରକୁ ନେଇ ମଧ୍ୟ ସୋସିଆଲ ମିଡିଆରେ ତର୍କ ବିତର୍କ ଆରମ୍ଭ ହୋଇଛି। ତେବେ ଆଗାମୀ ଦିନରେ କର୍ମୀଙ୍କ ଜୋସ୍‌ ଓ ପୋଷ୍ଟର ଓ୍ବାର ଘଟଣାରେ ପୋଷ୍ଟରରେ ଥିବା କର୍ମୀଙ୍କ ସ୍ଥାୟିତ୍ୱ କୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri