କାମାକ୍ଷାନଗର, ୭।୪(ଡି.ଏନ.ଏ.): ଖୋଳାଯାଉଥିଲା କୂଅ। ମାଟି ବାହାର କରିବାକୁ ଭିତରକୁ ପଶିଥିବାବେଳେ ହଠାତ୍ ଖସିପଡ଼ିଲା ଅତଡ଼ା। ଏଥିରେ ପୋତି ହୋଇ ରହିଗଲେ ଶ୍ରମିକ। ଜେସିବି ସହାୟତାରେ ମାଟି ଖୋଳି ଦୀର୍ଘ ୩ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରାଗଲା। ହେଲେ ସେତେବେଳକୁ ଶ୍ରମିକ ଜଣକ ଆଉ ଜୀବିତ ଅବସ୍ଥାରେ ନ ଥିଲେ। ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସିରେ ମଙ୍ଗଳବାର ଘଟିଥିବା ଏଭଳି ଏକ ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, କାମାକ୍ଷାନଗର ଏନ୍ଏସି ବସ୍ଷ୍ଟାଣ୍ଡ ପଛପାଖରେ ମଙ୍ଗଳବାର ସକାଳେ ଏକ ଘରୋଇ କୂଅ ଖୋଳା କାର୍ଯ୍ୟ ଚାଲିଥିଲା। ଏହି କାର୍ଯ୍ୟରେ କାମାକ୍ଷାନଗର କଲେଜ ନିକଟ ଦିଗୋଡିଆ ସାହିର ଧୂଳିଆ ମଲ୍ଲିକଙ୍କ ସମେତ ୫ ଜଣ ଶ୍ରମିକ ନିୟୋଜିତ ହୋଇଥିଲେ। ସୁରେଶ ସୁବୁଦ୍ଧିଙ୍କ ନେତୃତ୍ୱରେ କାମ ଆଗେଇ ଚାଲିଥିଲା। ଦେବରାଜ ମଲ୍ଲିକ, ଅଜୟ ମଲ୍ଲିକ, ରୋହିତ ମଲ୍ଲିକ କୂଅ ଉପରେ ଥିବାବେଳେ ଧୂଳିଆ କୂଅ ଭିତରକୁ ଯାଇ ମାଟି ଉଠାଉଥିଲେ। ଏହି ସମୟରେ ହଠାତ୍ ଏକ ବଡ଼ ଅତଡ଼ା ଖସିଥିଲା ଏବଂ ଧୂଳିଆ କୂଅରେ ପୋତିହୋଇ ରହିଯାଇଥିଲେ। ସୂଚନା ପାଇ କାମାକ୍ଷାନଗର ଅଗ୍ନିଶମ ବିଭାଗ ଅଧିକାରୀ ସରୋଜ କୁମାର ମହାପାତ୍ର ସଦଳବଳ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୩ ବଡ଼ ମେଶିନ ଦୀର୍ଘ ୩ ଘଣ୍ଟା ଧରି ମାଟି ଖୋଳିବା ପରେ ଧୂଳିଆଙ୍କ ମୃତଦେହ ବାହାରକୁ ଆସିଥିଲା। କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ସଞ୍ଜୟ ରାଉତ, ଥାନାଧିକାରୀ ଅଭିନବ ଡାଳୁଆ ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ରେଡ୍କ୍ରସ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩୦୦୦ ଟଙ୍କା ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୧) ରୁଜୁ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ମୃତ ଧୂଳିଆଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା। ଏକମାତ୍ର ଝିଅଙ୍କ ବିବାହ ହୋଇସାରିଛି। ଧୂଳିଆ ଝିଅଙ୍କ ପାଖରେ ରହୁଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
Archives


